ଆଜି ଦିନ ୧ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷାଫଳ

ଭୁବନେଶ୍ବର: ଆଜି ଦିନ ଗୋଟାଏ ବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) କାର୍ଯ୍ୟାଳୟରେ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷାଫଳ ପ୍ରକାଶ ପାଇବ। ଏନେଇ ପରୀକ୍ଷା ନିୟନ୍ତ୍ରକ ବିଜୟ ସାହୁ ସୂଚନା ଦେଇଛନ୍ତି।

ସୂଚନା ଅନୁସାରେ, www.orissaresults.nic.in ୱେବ୍‌ସାଇଟ୍‌ରେ ପରୀକ୍ଷା ଫଳ ଉପଲବ୍ଧ ହେବ। ଛାତ୍ରଛାତ୍ରୀ ନିଜର ରୋଲ୍‌ ନମ୍ବର ଦେଇ ରେଜଲ୍ଟ ଜାଣିପାରିବେ। ଏଥିସହ ସାମ୍‌ସ କଲେଜ ଇ-ସ୍ପେସ୍‌ରେ ମଧ୍ୟ ‌ଫଳ ଉପଲବ୍ଧ ହେବ। ଉକ୍ତ ଦୁଇଟି ବିଭାଗର ମୋଟ ୨ଲକ୍ଷ ୨୭ ହଜାର ଛାତ୍ରଛାତ୍ରୀଙ୍କ ଫଳ ପ୍ରକାଶ ପାଇବ। ଯେଉଁଥିରେ କଳା ବିଭାଗର ୨ଲକ୍ଷ ୨୧ ହଜାର ଓ ଧନ୍ଦାମୂଳକ ଶିକ୍ଷାରେ ୨୭‌ହଜାର ଛାତ୍ରଛାତ୍ରୀ ରହିଛନ୍ତି। ଉଭୟ ବିଭାଗରେ ରେଗୁଲାରରେ ପାସ୍‌ହାର ୯୦%ରୁ ଅଧିକ ହୋଇଥିବା ଜଣାପଡ଼ିଛି।

ସମ୍ବନ୍ଧିତ ଖବର