ଜୁନ୍ ୨ରୁ ଯୁକ୍ତ ଦୁଇ ଖାତା ମୂଲ୍ୟାୟନ ଆରମ୍ଭ

Advertisment
ଜୁନ୍ ୨ରୁ ଯୁକ୍ତ ଦୁଇ ଖାତା ମୂଲ୍ୟାୟନ ଆରମ୍ଭ

ଭୁବନେଶ୍ବର: ଜୁନ୍ ୨ ତାରିଖରୁ ଯୁକ୍ତ ଦୁଇ ଖାତା ମୂଲ୍ୟାୟନ ଆରମ୍ଭ ହେବ।  ଦୁଇଟି ପର୍ଯ୍ୟାୟରେ ହେବ ଖାତା ଦେଖା। ପ୍ରଥମ ପର୍ଯ୍ୟାୟରେ ଜୁନ ୨ରୁ ଜୁନ ୧୨ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ଜୁନ ୧୩ ରୁ ଜୁନ ୨୨ ଭିତରେ ଖାତା ଦେଖା ଶେଷ ହେବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ପୂର୍ବରୁ ଖାତା ମୂଲ୍ୟାୟନ ପ୍ରକ୍ରିୟା ଆରମ୍ଭ କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଯୋଜନା ପ୍ରସ୍ତୁତ କରାଯାଇଥିଲା। ପ୍ରଥମ ପର୍ଯ୍ୟାୟରେ ଶେଷ ହୋଇଥିବା ବିଷୟଗୁଡ଼ିକର ମୂଲ୍ୟାୟନ ଆଗେ ଆରମ୍ଭ କରାଯିବ। ପରୀକ୍ଷା ସରିବା ପରେ ସମସ୍ତ ବିଷୟର ଖାତାଗୁଡ଼ିକର ମୂଲ୍ୟାୟନ କରାଯିବ। ସମ୍ପୂର୍ଣ୍ଣ ବିଷୟଗୁଡ଼ିକର ମୂଲ୍ୟାୟନ ଲାଗି ୨୪ରୁ ୨୬ଦିନ ଲାଗିବ। ଅର୍ଥାତ୍‌ ଜୁନ୍‌ ୨୦ ଭିତରେ ଖାତା ଦେଖା ସାରିବାକୁ ଲକ୍ଷ୍ୟ ରଖାଯାଇଥିଲା। ଫଳରେ ପରବର୍ତୀ ସମୟରେ ମୂଲ୍ୟାୟନର ଅନ୍ୟାନ୍ୟ ପ୍ରକ୍ରିୟା ଶେଷ କରି ଜୁଲାଇ ପ୍ରଥମ ସପ୍ତାହରେ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗର ପରୀକ୍ଷା ଫଳ ପ୍ରକାଶ କରିବାକୁ ପରିଷଦ ଲକ୍ଷ୍ୟ ରଖିଛି।

ପ୍ରତିବର୍ଷ ପରି ଏଥର ମଧ୍ୟ ବିଜ୍ଞାନ ଓ ବାଣିଜ୍ୟର ସମସ୍ତ ଉତ୍ତର ଖାତା ଇ-ମୂଲ୍ୟାୟନ କରାଯିବ। ପରିଷଦର ୪ଟି ଜୋନ୍ ଯଥା ବ୍ରହ୍ମପୁର, ସମ୍ବଲପୁର, ବାରିପଦା ଓ ସେଣ୍ଟ୍ରାଲ ଜୋନରେ ୩୭ରୁ ଅଧିକ ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର କରିବାକୁ ନିଷ୍ପତ୍ତି ହୋଇଛି। କଳା ଓ ଧନ୍ଦାମୂଳକ ବିଭାଗର ମୂଲ୍ୟାୟନ ଅଫ୍‌ଲାଇନ୍‌ରେ ରାଜ୍ୟର ୬୪ଟି କେନ୍ଦ୍ରରେ ହେବ। ମୂଲ୍ୟାୟନ ଲାଗି ୧୨ହଜାରରୁ ଅଧିକ ଅଧ୍ୟାପକଙ୍କୁ ନିଯୁକ୍ତ କରାଯିବ। ମୂଲ୍ୟାୟନରେ ସ୍ୱଚ୍ଛତା ବଜାୟ ରଖିବା ଲାଗି ପ୍ରତି କେନ୍ଦ୍ରରେ ସିସିଟିଭି ଲାଗିବ। ଇ-ମୂଲ୍ୟାୟନ ହେବାକୁ ଥିବା କେନ୍ଦ୍ରରେ ଏସି ଲଗାଇବା ବାଧ୍ୟତାମୂଳକ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe