ଭୁବନେଶ୍ବର: ୨୦୨୨-୨୩ ଶିକ୍ଷାବର୍ଷରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଏକାଦଶ(ଯୁକ୍ତ୨ ପ୍ରଥମ ବର୍ଷ) ଶ୍ରେଣୀରେ ନାମଲେଖା ଲାଗି ବୁଧବାର ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ତଥା କଟ୍ ଅଫ୍ ମାର୍କ ପ୍ରକାଶ ପାଇବ। ଅପରାହ୍ନ ୩ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟ ପକ୍ଷରୁ ଏହି ତାଲିକା ପ୍ରକାଶ ପାଇବା ପରେ ଛାତ୍ରଛାତ୍ରୀ କେଉଁ କଲେଜରେ ପଢ଼ିବା ଲାଗି ଯୋଗ୍ୟତା ଅର୍ଜନ କରିଛନ୍ତି ସେସମ୍ପର୍କରେ ଜାଣିପାରିବେ। ଯୋଗ୍ୟ ଛାତ୍ରଛାତ୍ରୀଙ୍କ ନାମଲେଖା ୧୯ରୁ ୨୫ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ। ଚଳିତବର୍ଷ ୨ ହଜାର ୬୫ କଲେଜର ୫ ଲକ୍ଷ ୭ ହଜାର ୫୦୨ ସିଟ୍ ପାଇଁ ୫ ଲକ୍ଷ ୭ ହଜାର ୯୩୫ ଜଣ ଛାତ୍ରଛାତ୍ରୀ ନାମ ପଞ୍ଜୀକରଣ କରିଥିଲେ। ସେମାନଙ୍କ ମଧ୍ୟରୁ ୪ ଲକ୍ଷ ୭୫ ହଜାର ୯୯୦ ଜଣ ଅନ୍ଲାଇନ୍ରେ ଆବେଦନ କରିଥିବା ବେଳେ ୪ ଲକ୍ଷ ୭୧ ହଜାର ୩୨୪ ଜଣ ଅନ୍ଲାଇନ୍ରେ ଫି’ ଦାଖଲ କରିଛନ୍ତି। ନାମଲେଖା ନେଇ ଆଜି ନିର୍ଦ୍ଦେଶାଳୟ ପକ୍ଷରୁ ସ୍ବତନ୍ତ୍ର ନିର୍ଦ୍ଦେଶାବଳୀ ଜାରି କରାଯାଇଛି।
ଯୁକ୍ତ୨ ନାମଲେଖା: ଆଜି ପ୍ରଥମ ମେଧା ତାଲିକା
/sambad/media/post_attachments/wp-content/uploads/2021/02/admission.jpeg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)