ଯୁକ୍ତ ଦୁଇ ଅଫଲାଇନ୍ ପରୀକ୍ଷାଫଳ ପ୍ରକାଶିତ: ୮୪୬୦ ଜଣ ଛାତ୍ରଛାତ୍ରୀ କୃତକାର୍ଯ୍ୟ

Advertisment
ଯୁକ୍ତ ଦୁଇ ଅଫଲାଇନ୍ ପରୀକ୍ଷାଫଳ ପ୍ରକାଶିତ: ୮୪୬୦ ଜଣ ଛାତ୍ରଛାତ୍ରୀ କୃତକାର୍ଯ୍ୟ

ଭୁବନେଶ୍ବର: ଯୁକ୍ତ ଦୁଇ ଅଫଲାଇନ୍ ପରୀକ୍ଷାଫଳ ପ୍ରକାଶ ପାଇଛି। ୧୨,୩୨୧ ଜଣ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଇଥିବାବେଳେ ସେଥିମଧ୍ୟରୁ ୮୪୬୦ ଜଣ ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି। ଯୁକ୍ତ ଦୁଇ ଅଫଲାଇନ୍ ପରୀକ୍ଷାରେ ପାସହାର ରହିଛି ୬୮.୬୬ ପ୍ରତିଶତ। ତେବେ ଏହି ପରୀକ୍ଷାରେ ଛାତ୍ରଙ୍କ ତୁଳନାରେ ଛାତ୍ରୀମାନଙ୍କର ପ୍ରଦର୍ଶନ ଭଲ ରହିଛି।
ଯୁକ୍ତ ଦୁଇ ଅଫଲାଇନ୍ ପରୀକ୍ଷା ମୋଟ ୧୨,୩୨୧ ଜଣ ଛାତ୍ରଛାତ୍ରୀ ଦେଇଥିଲେ । ସେ ଭିତରୁ ୮୪୬୦ ଜଣ ଛାତ୍ରଛାତ୍ରୀ ପରୀକ୍ଷାରେ ପାସ୍ କରିଛନ୍ତି। କଳାରେ ୬୩୧୦ ଜଣ ଛାତ୍ରଛାତ୍ରୀ ପାସ କରିଥିବା ବେଳେ ବିଜ୍ଞାନରେ ୧୫୦୧, ବାଣିଜ୍ୟରେ ୪୨୨ ଏବଂ ଧନ୍ଦାମୂଳକ ଶିକ୍ଷାରେ ୨୨୭ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ପରୀକ୍ଷାରେ ଛାତ୍ରମାନଙ୍କ ପାସହାର ୬୨.୭ ପ୍ରତିଶତ ରହିଥିବାବେଳେ ଛାତ୍ରୀମାନଙ୍କର ପାସହାର ୬୭.୭୬ ପ୍ରତିଶତ ରହିଛି।

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପୂର୍ବାହ୍ନ ୧୧ଟାରେ ଫଳ ପ୍ରକାଶ କରାଯାଇଛି। ପରୀକ୍ଷାର୍ଥୀମାନେ www.orissaresults.nic.in ୱେବ୍‌ସାଇଟ୍‌ରୁ ସେମାନଙ୍କ ‌ରେଜଲ୍ଟ ଜାଣିପାରିବେ।

ସୂଚନାଯୋଗ୍ୟ, ଯୁକ୍ତ୨ ବିକଳ୍ପ ମୂଲ୍ୟାୟନରେ ଅସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଅକ୍ଟୋବରରେ ସ୍ବତନ୍ତ୍ର ପରୀକ୍ଷା କରାଯାଇଥିଲା। ଗତ ଅକ୍ଟୋବର ମାସ ୧ରୁ ୧୧ ତାରିଖ ପର୍ଯ୍ୟନ୍ତ ଯୁକ୍ତ ଦୁଇ ଅଫଲାଇନ୍ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଯେଉଁଥିରେ ଅଂଶଗ୍ରହଣ ପାଇଁ ୧୩ ହଜାର ୪୩ ଜଣ ଛାତ୍ରଛାତ୍ରୀ ପଞ୍ଜୀକରଣ କରିଥିବା ବେଳେ ୧୨ ହଜାରରୁ ଅଧିକ ପିଲା ପରୀକ୍ଷା ଦେଇଥିଲେ। କଳାରେ ସର୍ବାଧିକ ୮୯୯୧ ପରୀକ୍ଷାର୍ଥୀ ରହିଥିବା ବେଳେ ବିଜ୍ଞାନରେ ୨୩୩୧, ବାଣିଜ୍ୟରେ ୬୧୭ ଓ ଧନ୍ଦାମୂଳକ ଶିକ୍ଷା ବିଭାଗରେ ୬୧୭ ଜଣ ପରୀକ୍ଷା ଦେଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe