ଅଗଷ୍ଟ ତୃତୀୟ ସପ୍ତାହରେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ଅଗଷ୍ଟ ତୃତୀୟ ସପ୍ତାହରେ ଯୁକ୍ତ ଦୁଇ  ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ। ଏହି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ସେ କହିଛନ୍ତି, କରୋନା ଯୋଗୁଁ ଚଳିତ ବର୍ଷ ଯୁକ୍ତ ଦୁଇ ଖାତା ଦେଖା ବିଳମ୍ବିତ ହୋଇଛି । ସେଥପାଇଁ ପରୀକ୍ଷା ଫଳ ପ୍ରକାଶରେ ବିଳମ୍ବ ହୋଇଛି । ହେଲେ ଖାତା ଦେଖା ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।

ତେଣୁ ଆଶା କରାଯାଉଛି ଅଗଷ୍ଟ ମାସ ତୃତୀୟ ସପ୍ତାହରେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବ । ତେବେ ଚଳିତ ମାସ ଶେଷ ସପ୍ତାହରେ ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସିବିଏସଇ ଓ ଆଇସିଏସଇର ଯୁକ୍ତ ଦୁଇ ରେଜଲ୍ଟ ପ୍ରକାଶ ପାଇ ସାରିଥିବାରୁ ଓଡିଶା ସିଏଚସିଇ ଦ୍ୱାରା ପରିଚାଳିତ ପରୀକ୍ଷା ଫଳ କେବେ ପ୍ରକାଶ ପାଇବ ତାକୁ ନେଇ ଚିନ୍ତାରେ ଅଛନ୍ତି ଛାତ୍ରଛାତ୍ରୀ । କାରଣ ପରୀକ୍ଷା ଫଳ ବାହାରିବାରେ ବିଳମ୍ବ ହେବାରୁ ସେମାନଙ୍କ ଭବିଷ୍ୟତ ପାଠପଢ଼ା ପ୍ରଭାବିତ ହେବାର ଆଶଙ୍କା ରହିଛି।

 

 

ସମ୍ବନ୍ଧିତ ଖବର