ଜୁଲାଇ ୩୧ରେ ପ୍ରକାଶ ପାଇବ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

Advertisment
ଗୁରୁବାରଠାରୁ ସିବିଏସଇର ୧୦ମ, ୧୨ଶ ବୋର୍ଡ ପରୀକ୍ଷା, ୩୯ ଲକ୍ଷ ଛାତ୍ରଛାତ୍ରୀ  ପରୀକ୍ଷା ଦେବେ

DNA India

ଭୁବନେଶ୍ୱର: ୨୦୨୧ ମସିହା ବାର୍ଷିକ ଉଚ୍ଚ ମାଧ୍ୟମିକ ପରୀକ୍ଷାର ବିଜ୍ଞାନ ଓ ବାଣିଜ୍ୟ ଶିକ୍ଷା ପାଠ୍ୟକ୍ରମର ଫଳ ଚଳିତ ଜୁଲାଇ ୩୧ ତାରିଖ ସନ୍ଧ୍ୟାରେ ପ୍ରକାଶ ପାଇବ । କଳା ଏବଂ ଧନ୍ଦାମୂଳକ ପାଠ୍ୟକ୍ରମର ଆବଶ୍ୟକୀୟ କାଗଜପତ୍ର ଯାଂଚ କରିବାରେ ଅଧିକ ସମୟର ଆବଶ୍ୟକତା ଦୃଷ୍ଟିରୁ ଏହାର ଫଳ ପ୍ରକାଶନ ପାଇଁ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଇଛି । ଏହି ଉଭୟ ପାଠ୍ୟକ୍ରମର ଫଳାଫଳ ଜୁଲାଇ ୩୧ ତାରିଖ ପରେ ପ୍ରକାଶ ପାଇବ । ଏଥି ପାଇଁ ଅନୁମତି ନିମନ୍ତେ ସୁପ୍ରିମ କୋର୍ଟଙ୍କ ନିକଟରେ ପରିଷଦ ତରଫରୁ ସମୟ ଯାଚିକା ଦାଖଲ କରାଯାଇଛି ।

କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳ ଖୁବଶୀଘ୍ର ପ୍ରକାଶନ ପାଇଁ ପରିଷଦ ତରଫରୁ ସମସ୍ତ ପ୍ରକାର ପ୍ରସ୍ତୁତି ଜାରି ରହିଛି ବୋଲି ଉଚ୍ଚ ମାଧ୍ୟମିକ ପରିଷଦ ପକ୍ଷରୁ ପ୍ରକାଶ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe