ଭୁବନେଶ୍ବର : ରାଜ୍ୟରେ ଥିବା ୧୬୦୦ରୁ ଅଧିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ(ଯୁକ୍ତ୨ କଲେଜ) ସମେତ ସେଲ୍ଫ ଫାଇନାନ୍ସିଂ କଲେଜ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ କଲେଜରେ ଖାଲିଥିବା ୧ ଲକ୍ଷ ୪୯ ହଜାର ୯୦୨ ସିଟ୍ ପାଇଁ ଶନିବାର ଦ୍ବିତୀୟ ପର୍ଯ୍ୟାୟ ମେରିଟ୍ ଲିଷ୍ଟ ତଥା କଟ୍ ଅଫ୍ ମାର୍କ ତାଲିକା ପ୍ରକାଶ ପାଇବ। ଯୋଗ୍ୟ ଛାତ୍ରଛାତ୍ରୀଙ୍କ ନାମଲେଖା ଜୁଲାଇ ୧୫ରୁ ୧୭ମଧ୍ୟରେ ଅନୁଷ୍ଠିତ ହେବ। ୧୭ ତାରିଖରେ ନାମଲେଖା ସମ୍ପର୍କିତ ଚୂଡ଼ାନ୍ତ ତଥ୍ୟ ଇ-ସ୍ପେସ୍ରେ ବାହାରିବ। ଜୁଲାଇ ୨୦ରେ ସ୍ପଟ୍ ସିଲେକ୍ସନ ମେରିଟ୍ ଲିଷ୍ଟ ପ୍ରକାଶ ପାଇବା ସହ ୨୫ରୁ ୨୭ତାରିଖ ମଧ୍ୟରେ ନାମଲେଖା କରାଯିବ। ଜୁଲାଇ ୨୯ରୁ ଯୁକ୍ତ୨ ପ୍ରଥମବର୍ଷ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆରମ୍ଭ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଥମ ପର୍ଯ୍ୟାୟରେ କଳା ବିଭାଗରେ ୪୫ ହଜାର ୯୮୨, ବିଜ୍ଞାନରେ ୬୮ ହଜାର ୭୭୨, ବାଣିଜ୍ୟରେ ୨୩ ହଜାର ୮୩୪, ସଂସ୍କୃତରେ ୬ ହଜାର ୧୩ ଓ ଧନ୍ଦାମୂଳକ ବିଭାଗରେ ୫ ହଜାର ୩୦୧ ସିଟ୍ ଖାଲି ରହିଛି।
+୨ ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକା ଆଜି
/sambad/media/post_attachments/wp-content/uploads/2019/07/list.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)