ଯୁକ୍ତ୩ ପ୍ରଥମ ପର୍ଯ୍ୟାୟ ମେଧା‌ ତାଲିକା ଆଜି

odishasuntimes.com

ଭୁବନେଶ୍ବର : ଯୁକ୍ତ ୩/ସ୍ବୟ˚ଶାସିତ କଲେଜ, ସେଲ୍ଫ ଫାଇନାନ୍ସି˚(ଡିଗ୍ରି) କଲେଜ/ସ˚ସ୍କୃତ(ଶସ୍ତ୍ରୀ) କଲେଜରେ ନାମଲେଖା ପାଇଁ ଆସନ୍ତାକାଲି (ଜୁଲାଇ ୧୮) ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ତଥା କଟ୍‌-ଅଫ୍‌ ମାର୍କ ପ୍ରକାଶ ପାଇବ। ପୂର୍ବାହ୍ନ ୧୧ଟାରେ ଉଚ୍ଚଶିକ୍ଷା ବିଭାଗ ୱେବ୍‌ସାଇଟ୍‌ରେ ତାଲିକା ପ୍ରକାଶ କରାଯିବ। ଯୋଗ୍ୟ ଛାତ୍ରଛାତ୍ରୀଙ୍କ ନାମଲେଖା ଜୁଲାଇ ୧୯ରୁ ୨୪ ତାରିଖ ଅପରାହ୍‌ଣ ୫ଟା ମଧ୍ୟରେ ଅନୁଷ୍ଠିତ ହେବ। ଅଗଷ୍ଟ ୫ରେ ଦ୍ବିତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ତଥା କଟ୍‌-ଅଫ୍‌ ମାର୍କ ତାଲିକା ପ୍ରକାଶ ପାଇବ। ଯୋଗ୍ୟ ଛାତ୍ରଛାତ୍ରୀଙ୍କ ନାମଲେଖା ଅଗଷ୍ଟ ୬ରୁ ୧୧ ମଧ୍ୟରେ ହେବ। ବଳକା ସିଟ୍‌ ଲାଗି ଅଗଷ୍ଟ ୧୪ରେ ସ୍ପଟ୍‌ ସିଲେକ୍ସନ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବା ସହ ଅଗଷ୍ଟ ୧୭ରେ ନାମଲେଖା ହେବ। ତେବେ ଅଗଷ୍ଟ ୮ରୁ ଯୁକ୍ତ୩ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆରମ୍ଭ ହେବ। ଅଗଷ୍ଟ ୨୪ରୁ ଡ୍ରେସ୍‌କୋଡ୍‌ ଲାଗୁ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି। ରାଜ୍ୟରେ ମୋଟ ୧୦୪୭ଟି ଡିଗ୍ରି କଲେଜ ରହିଛି। ସେଥିରେ ନାମଲେଖା ଲାଗି ୨ ଲକ୍ଷ ୩୭ ହଜାର ୨୧୫ ଜଣ ଛାତ୍ରଛାତ୍ରୀ ନାମ ପଞ୍ଜୀକରଣ କରିଛନ୍ତି। ‌ସେମାନଙ୍କ ମଧ୍ୟରୁ ୨ ଲକ୍ଷ ୧୪ ହଜାର ୮୭୩ ଜଣ ଅନ୍‌ଲାଇନ୍‌ରେ ଫି’ ଦାଖଲ କରିଥିବା ଜଣା‌ପଡ଼ିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe