ଯୁକ୍ତ୩ ଦ୍ୱିତୀୟ ବର୍ଷ କ୍ଲାସରୁମ୍‌ ପାଠପଢ଼ା ଆଜିଠୁ

Advertisment
ଆଦିବାସୀ-ଦଳିତ ବିଦ୍ୟାର୍ଥୀଙ୍କୁ ଉଚ୍ଚଶିକ୍ଷା ବିଭାଗର ଅଣଦେଖା

The News Minute

ଭୁବନେଶ୍ବର : କରୋନା ସଂକ୍ରମଣ ସାମାନ୍ୟ ହ୍ରାସ ପରେ ଯୁକ୍ତ୩ ଦ୍ବିତୀୟ ବର୍ଷ ତଥା ୨୦୨୦-୨୧ ଶିକ୍ଷାବର୍ଷର ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସରୁମ୍‌ ପାଠପଢ଼ା ସୋମବାରଠାରୁ ଆରମ୍ଭ ହେବ। କରୋନା କଟକଣା ମଧ୍ୟରେ ଛାତ୍ରଛାତ୍ରୀଙ୍କ କ୍ଲାସ କରାଯିବ। ମାସ୍କ ପିନ୍ଧିବାକୁ ବା‌ଧ୍ୟତାମୂଳକ କରାଯାଇଛି। କଣ୍ଟେନ୍‌ମେଣ୍ଟ ଜୋନ୍‌ ଭିତରେ ରହିଥିବା ଶିକ୍ଷକ, କର୍ମଚାରୀ ଓ ଛାତ୍ରଛାତ୍ରୀ ଶିକ୍ଷାନୁଷ୍ଠାନକୁ ଆସିବେ ନାହିଁ। ନିୟମିତ ବ୍ୟବଧାନରେ ହ୍ୟାଣ୍ଡୱାସ୍‌ ତଥା ବିଶୋଧନ, କ୍ଲାସରୁମ୍‌, ଲାଇବ୍ରେରି, ଲାବରେଟୋରି ଆଦି ସ୍ଥାନରେ ସାମାଜିକ ଦୂରତା ଉପରେ ପ୍ରାଥମିକତା ଦିଆଯିବାକୁ କୁହାଯାଇଛି। କ୍ୟାମ୍ପସରେ ଛେପ ପକାଇବା ଉପରେ କଟକଣା ଲଗାଯାଇଛି। କାଶିବା, ଛିଙ୍କିବା ସମୟରେ ମୁହଁ ଓ ନାକକୁ ରୁମାଲରେ ଘୋଡ଼ାଇବାକୁ ପରାମର୍ଶ ଦିଆଯାଇଛି। ଅସୁସ୍ଥତା ଅନୁଭବ କଲେ କର୍ତୃପକ୍ଷଙ୍କୁ ଜଣାଇବାକୁ କୁହାଯାଇଛି। କୌଣସି ପ୍ରକାର ଜରୁରୀ ଆବଶ୍ୟକତା ପଇଁ କ୍ୟାମ୍ପସରେ ଆଇସୋଲେସନ ରୁମ୍‌ ପ୍ରସ୍ତୁତ ରଖିବାକୁ ଉଚ୍ଚଶିକ୍ଷା ସଚିବ ଶାଶ୍ବତ ମିଶ୍ର ସମସ୍ତ କଲେଜ ଅଧ୍ୟକ୍ଷଙ୍କୁ ନିର୍ଦେଶ ଦେଇଛନ୍ତି।

କ୍ଲାସରୁମ୍‌ ପାଠପଢ଼ା ଆରମ୍ଭ ହେବା ପୂର୍ବରୁ ଆଜି ସମସ୍ତ ଶିକ୍ଷାନୁଷ୍ଠାନ ହଷ୍ଟେଲ ଯୁକ୍ତ୩ ଦ୍ବିତୀୟ ବର୍ଷ ପିଲାଙ୍କ ପାଇଁ ଖୋଲାଯାଇଛି। କୋଭିଡ୍‌-୧୯ କଟକଣା ମଧ୍ୟରେ ହଷ୍ଟେଲ ଚାଲୁ ରଖିବାକୁ ପରାମର୍ଶ ଦିଆଯାଇଛି। ୨୦୨୧-୨୨ ଶିକ୍ଷାବର୍ଷରେ ସ୍ନାତକ ଓ ସ୍ନାତକୋତ୍ତର ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଠପଢ଼ା ନେଇ ଖୁବ୍‌ଶୀଘ୍ର ନିଷ୍ପତ୍ତି ନିଆଯିବ। ନାମଲେଖା ପ୍ରକ୍ରିୟା ଚାଲିଥିବାରୁ ଆସନ୍ତା ଅକ୍ଟୋବର ମାସରେ ଉକ୍ତ ଦୁଇ ଶ୍ରେଣୀଙ୍କ କ୍ଲାସରୁମ୍‌ ପାଠପଢ଼ା ନେଇ ଘୋଷଣା କରାଯିବ ବୋଲି ଜଣାପଡ଼ିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe