ଯୁକ୍ତ୨ ନାମଲେଖା: ପ୍ରଥମ ଦିନରେ ୨୨ ହଜାର ଆବେଦନ

ଭୁବନେଶ୍ବର : ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ, ସଂସ୍କୃତ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆଜିଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ୨ ହଜାର ୩୦ କଲେଜ ପାଇଁ ହେଉଥିବା ଏହି ନାମଲେଖା ପ୍ରକ୍ରିୟାର ପ୍ରଥମ ଦିନ ୪୨ ହଜାର ୫୬୮ଜଣ ଛାତ୍ରଛାତ୍ରୀ ପଞ୍ଜୀକରଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ୨୨ ହଜାର ୭୫୫ ଜଣ ଅନ୍‌ଲାଇନ୍‌ରେ ଆବେଦନ କରିଥିବା ବେଳେ ୨୨ ହଜାର ୨୨୭ ଜଣ ଅନ୍‌ଲାଇନ୍‌ରେ ଫି’ ଦାଖଲ କରିଛନ୍ତି। ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ ମାଟ୍ରିକ୍‌ ପାସ୍‌ କରିଥିବା କିମ୍ବା ସମାନ ଯୋଗ୍ୟତା ଥିବା ଛାତ୍ରଛାତ୍ରୀ www.samsodisha.gov.in ମାଧ୍ୟମରେ ସେପ୍ଟେମ୍ବର ୫ ପର୍ଯ୍ୟନ୍ତ ଆବେଦନ କରିପାରିବେ। ସେପ୍ଟେମ୍ବର ୧୩ ପୂର୍ବାହ୍ନରେ ପ୍ରଥମ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ ଏବଂ ୧୪ରୁ ୨୧ ତାରିଖ ମଧ୍ୟ‌ରେ ନାମଲେଖା ଅନୁଷ୍ଠିତ ହେବ।

ସମ୍ବନ୍ଧିତ ଖବର