Update Odisha
ଭୁବନେଶ୍ୱର : ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ସମେତ ସିବିଏସଇ, ସିଆଇଏସସିଇ ବୋର୍ଡ ଅଧୀନ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇଛି। ସମସ୍ତ ବୋର୍ଡର ପରୀକ୍ଷା ଫଳ ଗତବର୍ଷ ତୁଳନାରେ ଭଲ ହୋଇଥିବାରୁ ନାମଲେଖା ପାଇଁ କୃତୀ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳୁଛି। କେବେ ନାମଲେଖା ହେବ ସେ ସମ୍ପର୍କରେ ଅଭିଭାବକ ବି ଚିନ୍ତାରେ ଅଛନ୍ତି। ଏଭଳି ସମୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କୁ ଆଶ୍ୱାସନା ଦେଇଛନ୍ତି। ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି ଯେ ଦୁଇରୁ ତିନି ଦିନ ଭିତରେ ଯୁକ୍ତ୨ ନାମଲେଖା ନେଇ ବିଜ୍ଞପ୍ତି ପ୍ରକାଶ କରାଯିବ। ତେଣୁ କେହି ବି ଦ୍ୱନ୍ଦ୍ୱରେ ରୁହନ୍ତୁ ନାହିଁ। ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ଗୁଣାତ୍ମକ ଶିକ୍ଷା ଉପରେ ରାଜ୍ୟ ସରକାର ସବୁବେଳେ ଗୁରୁତ୍ୱ ଦେଉଛନ୍ତି ବୋଲି ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି।
Follow Us