ଭୁବନେଶ୍ବର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ବିଭାଗ ପରୀକ୍ଷା ଫଳ ଆଜି (ଗୁରୁବାର) ଅପରାହ୍ଣ ୪ଟାରେ ପ୍ରକାଶ ପାଇବ। ପରୀକ୍ଷାର୍ଥୀମାନେ www.orissaresults.nic.in ମାଧ୍ୟମରେ ସେମାନଙ୍କ ପରୀକ୍ଷା ଫଳ ପାଇପାରିବେ। ଏଥିସହ ସାମ୍ସ କଲେଜ ଇ-ସ୍ପେସ୍ରେ ମଧ୍ୟ ପରୀକ୍ଷା ଫଳ ଉପଲବ୍ଧ ହେବ।
ଚଳିତବର୍ଷ କଳା ବିଭାଗରେ ୨ଲକ୍ଷ ୩୩ହଜାର ୮୫୫ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ୫୮୬୨ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ଗତ ମେ’ ୩୧ ତାରିଖରେ ବିଜ୍ଞାନ ଓ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇଥିଲା। ଯେଉଁଥିରେ ପାସ୍ହାର ବହୁ ପରିମାଣରେ ହ୍ରାସ ପାଇଥିଲା।