ଆଜି ଯୁକ୍ତ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ

ଆଜି ଯୁକ୍ତ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ

Odisha Sun Times

ଭୁବନେଶ୍ବର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନ ବିଦ୍ୟାଳୟଗୁଡ଼ିକର ଯୁକ୍ତ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇବ। ଅପରାହ୍ନ ୪ଟାରେ ପରିଷଦ କାର୍ଯ୍ୟାଳୟରେ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚିତ କରାଯିବ। ଏହାପରେ ପରୀକ୍ଷାର୍ଥୀ www.orissaresults.nic.in ୱେବସାଇଟ୍‌ରେ ସେମାନଙ୍କ ଫଳ ଜାଣିପାରିବେ। ଛାତ୍ରଛାତ୍ରୀ ନିଜର ରୋଲ୍‌ ନମ୍ବର ଦାଖଲ କରି ରେଜଲ୍ଟ ଜାଣିପାରିବେ। ଏଥିସହ ସାମ୍‌ସ କଲେଜ ଇ-ସ୍ପେସ୍‌ରେ ମଧ୍ୟ ପରୀକ୍ଷାର୍ଥୀ ଫଳ ପାଇପାରିବେ। ଉକ୍ତ ଦୁଇଟି ବିଭାଗରେ ୨ଲକ୍ଷ ୩୭ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। କଳା ବିଭାଗର ୨ଲକ୍ଷ ୧୩ ହଜାର ଓ ଧନ୍ଦାମୂଳକରେ ୨୪‌ହଜାର ଛାତ୍ରଛାତ୍ରୀ ରହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe