ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର : ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଚଳିତ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଦୂରନିରନ୍ତର ଶିକ୍ଷା ବିଭାଗରେ ୧ ଲକ୍ଷ ୨୦ ହଜାର ଛାତ୍ରଛାତ୍ରୀ ପ୍ରାକ୍ଟିକାଲ ପରୀକ୍ଷା ଦେବେ। ତେବେ ପ୍ରଥମ ଦିନରେ ଅଳ୍ପ କିଛି କଲେଜରେ ପରୀକ୍ଷା ହୋଇଥିବା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ଫେବ୍ରୁଆରି ୧୦ ପର୍ଯ୍ୟନ୍ତ ପ୍ରାକ୍ଟିକାଲ ପରୀକ୍ଷା ଚାଲିବାକୁ ଥିବାରୁ କଲେଜଗୁଡ଼ିକ ସୁବିଧା ଅନୁଯାୟୀ ପିଲାଙ୍କ ପରୀକ୍ଷା କରାଇବେ। ପ୍ରଥମ ଦିନ ପରୀକ୍ଷା ସୁରୁଖୁରୁରେ ଶେଷ ହୋଇଥିବା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି।

ସମ୍ବନ୍ଧିତ ଖବର