୩୧ରେ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ଫଳ

Advertisment
ଯୁକ୍ତ୨ ଥିଓରି ପରୀକ୍ଷା: ପ୍ରଶ୍ନପତ୍ର ତଥ୍ୟ ମାଗିଲା ପରିଷଦ

ଭୁବନେଶ୍ବର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ଆସନ୍ତା ୩୧ ତାରିଖରେ ପ୍ରକାଶ ପାଇବ। ସନ୍ଧ୍ୟା ସମୟରେ ପ୍ରକାଶ ପାଇବାକୁ ଥିବା ଏହି ଫଳ orissaresults.nic.in ୱେବସାଇଟ୍‌ରେ ଉପଲବ୍ଧ ହେବ। ଛାତ୍ରଛାତ୍ରୀ ନିଜର ରୋଲ୍‌ ନମ୍ବର ଦେଇ ପରୀକ୍ଷା ଫଳ ଜାଣିପାରିବେ। ଉକ୍ତ ଦୁଇ ବିଭାଗର ମୋଟ ୧ ଲକ୍ଷ ୨୦ ହଜାର ଛାତ୍ରଛାତ୍ରୀଙ୍କ ଫଳ ପ୍ରକାଶ ପାଇବ। ଯେଉଁଥିରେ ବିଜ୍ଞାନ ବିଭାଗର ୯୫ ହଜାର ଓ ବାଣିଜ୍ୟର ୨୫ ‌ହଜାର ଛାତ୍ରଛାତ୍ରୀ ରହିଛନ୍ତି। ମାଟ୍ରିକ୍‌ ପରି ଯୁକ୍ତ୨ରେ ବି ପାସ୍‌ହାର ୯୦%ରୁ ଅଧିକ ହୋଇଥିବା ପ୍ରାରମ୍ଭିକ ସୂଚନା ମିଳିଛି।

ତେବେ ଯୁକ୍ତ୨ କଳା ଓ ଧନ୍ଦାମୂଳକ ବିଭାଗର ପରୀକ୍ଷା ଫଳ ଏବେ ପ୍ରକାଶ ପାଇବ ନାହିଁ। ପାଠ୍ୟକ୍ରମର ଆବଶ୍ୟକୀୟ କାଗଜପତ୍ର ଯାଞ୍ଚ କରିବାକୁ ଅଧିକ ସମୟର ଆବଶ୍ୟକତା ପଡ଼ୁଛି। ତେଣୁ କଳା ଓ ଧନ୍ଦାମୂଳକ ରେଜଲ୍ଟ ପ୍ରକାଶ ପାଇଁ ଅଧିକ ସମୟ ଦେବାକୁ ସୁପ୍ରିମକୋର୍ଟଙ୍କ ନିକଟରେ ପରିଷଦ ପକ୍ଷରୁ ସମୟ ଯାଚିକା ଦାଖଲ ହୋଇଛି। ଉଭୟ ପାଠ୍ୟକ୍ରମର ପରୀକ୍ଷା ଫଳ ଯେପରି ଶୀଘ୍ର ପ୍ରକାଶ ପାଇବ ସେଥିପାଇଁ ପରିଷଦ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଜାରି ରହିଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe