ବାତ୍ୟା ପରେ ସମୀକ୍ଷା ପାଇଁ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀଙ୍କ ଅତିରିକ୍ତ ସଚିବ ବିବେକ ଭରଦ୍ୱାଜ

Advertisment
ବାତ୍ୟା ପରେ ସମୀକ୍ଷା ପାଇଁ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀଙ୍କ ଅତିରିକ୍ତ ସଚିବ ବିବେକ ଭରଦ୍ୱାଜ

ଭୁବନେଶ୍ୱର: ବାତ୍ୟା ‘ଫୋନି’ର ସ୍ଥିତି ସମୀକ୍ଷା ପାଇଁ ଆସନ୍ତା ୧୨ ତାରିଖରେ ଓଡ଼ିଶା ଅସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅତିରିକ୍ତ ସଚିବ ବିବେକ ଭରଦ୍ୱାଜ। ଆନ୍ତଃମନ୍ତ୍ରଣାଳୟ କେନ୍ଦ୍ରୀୟ ଟିମଙ୍କ ସହ ବାତ୍ୟା ପ୍ରଭାବିତ ଜିଲ୍ଲା ଗୁଡ଼ିକ ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀଙ୍କ ଅତିରିକ୍ତ ସଚିବ। ଏ ନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ତରଫରୁ ରାଜ୍ୟ ସ୍ୱତନ୍ତ୍ର ରିଲିଫ୍‌ କମିସନର ବିଷ୍ଣୁପଦ ସେଠୀଙ୍କୁ ଚିଠି ଯୋଗେ ଅବଗତ କରାଯାଇଛି।

ଗତ ୬ ତାରିଖ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ରୀୟ ଟିମର ନେତୃତ୍ୱ ନେବେ ପ୍ରଧାନମନ୍ତ୍ରୀଙ୍କ ଅତିରିକ୍ତ ସଚିବ ବିବେକ ଭରଦ୍ୱାଜ। ତେବେ ଆସନ୍ତା ୧୨ ତାରିଖ ସନ୍ଧ୍ୟାରେ ବିବେକ ଭରଦ୍ୱାଜ ଭୁବନେଶ୍ୱରରେ ପହଁଚିବେ ବୋଲି ଚିଠିରେ ଉଲ୍ଲେଖ ରିହିଛି। ସେହି ମର୍ମରେ ପ୍ରଧାନମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭୁବନେଶ୍ୱରରେ ପହଁଚିବା ପରେ ଆସନ୍ତା ୧୩ ତାରିଖରୁ ୧୫ ତାରିଖ ମଧ୍ୟରେ ବିଶେଷ ପ୍ରଭାବିତ ହୋଇଥିବା ଜିଲ୍ଲା ଗୁଡ଼ିକର ସ୍ଥିତି ସମୀକ୍ଷା କରିବା ସହ କ୍ଷୟକ୍ଷୟତିର ଆକଳନ କରିବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe