Business Standard
ଭୁବନେଶ୍ବର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୨୩ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ସେଦିନ ସେ ସକାଳ ୧୦ଟାରେ କେନ୍ଦ୍ରାପଡ଼ାରେ ଓ ମଧ୍ୟାହ୍ନ ୧୨ଟାରେ ବାଲେଶ୍ବରରେ ବିଜେପିର ବିଜୟ ସଂକଳ୍ପ ସମାବେଶରେ ଉଦ୍ବୋଧନ ଦେବେ। ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେଲା ପରେ ମୋଦୀଙ୍କର ଏହା ପଞ୍ଚମ ଓଡ଼ିଶା ଗସ୍ତ। ସେହିପରି କେନ୍ଦ୍ର ଗୃହ ମନ୍ତ୍ରୀ ରାଜନାଥ ସିଂହ ୧୯ ତାରିଖରେ ଅର୍ଥାତ ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସି ମୟୂରଭଞ୍ଜ, ନୟାଗଡ଼ ଓ କଟକ ସଦରରେ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ। ଏପ୍ରିଲ୍ ୨୦ ତାରିଖରେ କେନ୍ଦ୍ର ସଂଖ୍ୟାଲଘୁ ମନ୍ତ୍ରୀ ମୁଖତାର ଆବାସ ନକବୀ ସାଲେପୁର, କେନ୍ଦ୍ରାପଡ଼ା ଓ ଭଦ୍ରକରେବିଜେପି ପାଇଁ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଥିବା ଦଳ ପକ୍ଷରୁ ସୂଚନା ଦିଆଯାଇଛି।
Follow Us