ବାତ୍ୟା ତିତ୍‌ଲି ନେଇ ଟୁଇଟ୍‌ କଲେ ପ୍ରଧାନମନ୍ତ୍ରୀ ମୋଦି, ସହଯୋଗର ହାତ ବଢ଼ାଇ ଦେଲେ ପ୍ରତିଶ୍ରୁତି

Advertisment

ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ଜାରି ରହିବ ବର୍ଷା

ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ଜାରି ରହିବ ବର୍ଷା

ବାତ୍ୟା ତିତ୍‌ଲି ନେଇ ଟୁଇଟ୍‌ କଲେ ପ୍ରଧାନମନ୍ତ୍ରୀ ମୋଦି, ସହଯୋଗର ହାତ ବଢ଼ାଇ ଦେଲେ ପ୍ରତିଶ୍ରୁତି

ଭୁବନେଶ୍ୱର: ବାତ୍ୟା ତିତ୍‌ଲି ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ରାତି ଟୁଇଟ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଟୁଇଟ୍‌ରେ କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ କଥା ହୋଇଛି। ଆନ୍ଧ୍ରପ୍ରଦେଶ ଓ ଓଡ଼ିଶାରେ ଅନୁଭୂତ ହୋଇଥିବା ବାତ୍ୟା ସଂପର୍କରେ ଆଲୋଚନା କରିଛି। କେନ୍ଦ୍ର ସରକାର ଯଥାସମ୍ଭବ ସହଯୋଗ ଦେବେ ବୋଲି ମୋଦି ପ୍ରତିଶ୍ରୁତି ଦେଇଛନ୍ତି।

ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତିତ୍‌ଲି ପ୍ରଭାବରେ ଗୁରୁବାର ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବା ବେଳେ ଉତ୍ତର ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ସାମାନ୍ୟାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ରାଜ୍ୟର ୧୮ଟି ଜିଲ୍ଲାରେ ଶୁକ୍ରବାର ବର୍ଷା ହେବ। ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା, କୋରାପୁଟ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୟାଗଡ଼, କଟକ, ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ, ଭଦ୍ରକ ଓ ବାଲେଶ୍ୱର ସାମିଲ ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe