ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସ ଭୁବନେଶ୍ୱରଠାରେ ପହଞ୍ଚିଛନ୍ତି। ବାୟୁସେନାର ଏକ ସ୍ୱତନ୍ତ୍ର ବିମାନ ‘ରାଜକମଲ’ ଯୋଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରଠାରେ ପହଞ୍ଚିବା ପରେ ତାଙ୍କୁ ସେଠାରେ ରାଜ୍ୟପାଳ ଗଣେଶୀ ଲାଲ, , କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ , ରାଜ୍ୟ ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା, ମେୟର ଅନନ୍ତ ନାରାୟଣ ଜେନା, ମୁଖ୍ୟ ଶାସନ ସଚିବ ଆଦିତ୍ୟପ୍ରସାଦ ପାଢ଼ୀ, ପୁଲିସ ମହାନିର୍ଦ୍ଦେଶକ ଡା. ଆରପି ଶର୍ମାଙ୍କ ସହିତ ବହୁ ବରିଷ୍ଠ ବିଜେପି ନେତା ପ୍ରମୁଖ ତାଙ୍କୁ ସ୍ୱାଗତ କରିଥିଲେ।
/sambad/media/post_attachments/wp-content/uploads/2018/09/pm--300x199.jpg)
ସୂଚନାଯୋଗ୍ୟ ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଦିନିକିଆ ଗସ୍ତ କାଳରେ ରାଜ୍ୟରେ ୫ଟି ପ୍ରକଳ୍ପର ଉଦ୍ଘାଟନ ଓ ଗୋଟିଏ ପ୍ରକଳ୍ପର ଶିଳାନ୍ୟାସ କରିବେ। ରାଜ୍ୟର ଦ୍ୱିତୀୟ ବିମାନବନ୍ଦର ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାରସୁଗୁଡ଼ା ବିମାନ ବନ୍ଦରକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ। ବହୁ ପ୍ରତୀକ୍ଷିତ ତାଳଚେର ସାର କାରଖାନାର ପୁନରୁଦ୍ଧାର କାର୍ଯ୍ୟର ମଧ୍ୟ ଏହି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି ଶିଳାନ୍ୟାସ କରିବେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2018/09/pm-at-bbsr-Copy.jpg)