ଭବାନୀପାଟଣା, : ଚଳିତବର୍ଷର ‘ମହୁରି ସମ୍ମାନ’ ପାଇବେ କବି ଡ. ଗାୟତ୍ରୀବାଳା ପଣ୍ଡା। ଏହି ସମ୍ମାନ ପାଇଁ ଚୟନ କମିଟି ତାଙ୍କ ନାମ ସୁପାରିଶ କରିଥିବା ସାହିତ୍ୟ ପତ୍ରିକା ‘ମହୁରି’ର ମୁଖ୍ୟ ସଂପାଦକ ଭବାନୀଶଙ୍କର ନିଆଲ ସୂଚନା ଦେଇଛନ୍ତି।

Advertisment

ଗତ୍‌ସିଂହପୁର ଜିଲ୍ଲାର ସାଦେଇପୁର ଠାରେ ୧୯୭୭ରେ ଜନ୍ମ ହୋଇଥିବା କବି ଡ. ଗାୟତ୍ରୀବାଳା ପଣ୍ଡା ଛାତ୍ରୀ ଜୀବନରୁ ସାହିତ୍ୟ ସାଧନାରେ ରତ ଅଛନ୍ତି। ଏପର୍ଯ୍ୟନ୍ତ ତାଙ୍କର ୧୧ଟି କବିତା ସଂକଳନ, ୨ଟି ଗଳ୍ପ ସଂକଳନ, ଖଣ୍ଡିଏ ପ୍ରବନ୍ଧ ପୁସ୍ତକ, ୨ଟି ଉପନ୍ୟାସ ପ୍ରକାଶ ହୋଇସାରିଥିବା ବେଳେ ୨ଟି ଯନ୍ତ୍ରସ୍ଥ ରହିଛି। ଡ. ପଣ୍ଡାଙ୍କର ହିନ୍ଦୀରେ ଅନୁବାଦ ହୋଇଥିବା ୪ଟି ଓ ଇଂରାଜୀରେ ଅନୁବାଦ ହୋଇଥିବା ଖଣ୍ଡିଏ କବିତା ସଂକଳନ ମଧ୍ୟ ପ୍ରକାଶ ପାଇଛି। ୨୦୧୧ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମି ଯୁବ ପୁରସ୍କାର ପାଇବା ସହିତ ଶ୍ରୀମତୀ ପଣ୍ଡା ଅନେକ ଜାତୀୟ ଓ ରାଜ୍ୟସ୍ତରୀୟ ପୁରସ୍କାର ପାଇଛନ୍ତି। ଜାତୀୟ ଓ ଅନ୍ତର୍ଜାତୀୟ ସାହିତ୍ୟ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ସହ ରାଜ୍ୟ ତଥା ରାଜ୍ୟ ବାହାରୁ ସମ୍ବର୍ଦ୍ଧିତ ହୋଇଛନ୍ତି।

କେବଳ ସାହିତ୍ୟ ରଚନା ନୁ‌େହଁ, ସାମ୍ବାଦିକତା ପାଇଁ ମଧ୍ୟ ସେ ସ୍ୱର୍ଣ୍ଣପଦକ ପାଇଛନ୍ତି। ଡ. ପଣ୍ଡା ସଂପ୍ରତି ସାହିତ୍ୟ ପତ୍ରିକା ‘ଅନ୍ୟା’ର ସଂପାଦକ ଅଟନ୍ତି। ସେ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ଏକାଡେମିକ୍ କାଉନ୍‌ସିଲ୍‌ର ସଦସ୍ୟ ଅଟନ୍ତି। ତାଙ୍କ କବିତାରେ ଥିବା ପ୍ରଖର ଓ ପ୍ରାସଙ୍ଗିକ ବାମବାଦୀ ସ୍ୱର ନିମନ୍ତେ ଚଳିତ ବର୍ଷ ତାଙ୍କୁ ସମ୍ମାନଜନକ ‘ମହୁରି ସମ୍ମାନ’ ପ୍ରଦାନ କରାଯାଉଥିବା ଶ୍ରୀ ନିହାଲ କହିଛନ୍ତି।