ଡ଼ିଏଫଓଙ୍କୁ ଆଜି ମିଳିତ ଭାବେ ପଚରାଉଚୁରା କରିବେ ପୁଲିସ ଓ କ୍ରାଇମବ୍ରାଞ୍ଚ ଟିମ

ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫ ମୃତ୍ୟୁ ମାମଲାରେ ଆଜି କ୍ରାଇମସିନ୍ ବୁଲି ଦେଖିବ କ୍ରାଇମବ୍ରାଂଚ । ସୌମ୍ୟଙ୍କ ମୃତ୍ୟୁ ହୋଇଥିବା ସରକାରୀ କ୍ୱାର୍ଟରକୁ ମଧ୍ୟ ଯିବ କ୍ରାଇମବ୍ରାଂଚ ଟିମ୍ । ଯେଉଁ ସ୍ଥାନରେ ପୋଡିହୋଇ ସୌମ୍ୟଙ୍କ ମୃତ୍ୟୁ ହୋଇଥିଲା, ସେହିଠାରେ ପୁଲିସ ଉପସ୍ଥିତିରେ କ୍ରାଇମ ସିନ କରାଯିବ । ଏହା ଛଡା ଡିଏଫଓ ଏବଂ ଗୁରାଣ୍ଡି ଥାନାର ମହିଳା ଅଧିକାରୀ ମମତା ପଣ୍ଡାଙ୍କୁ ଜେରା କରାଯିବ ।

ଉଭୟ ଡିଏଫଓ ଏବଂ ମମତା ପଣ୍ଡାଙ୍କ ଭୂମିକାକୁ ନେଇ ସୌମ୍ୟଙ୍କ ପରିବାର ସନ୍ଦେହ ପ୍ରକାଶ କରିଥିବାରୁ ପୁଲିସ ଓ କ୍ରାଇମବ୍ରାଂଚ ମିଳିତ ଭାବେ ପଚରାଉଚୁରା କରିବେ ବୋଲି ଜଣାପଡିଛି ।

ସୌମ୍ୟଙ୍କ ବାପା ଅଭିରାମ ମହାପାତ୍ରଙ୍କ ଅଭିଯୋଗ ଆଧାରରେ ଡିଏଫଓଙ୍କ ବିରୋଧରେ ମାମଲା ରୁଜୁ କରିଥିଲା ପୁଲିସ । ସେହିପରି ଘଟଣାଦିନ ଗୁରୁତର ସୌମ୍ୟଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସକୁ ଅଟକାଇବାରେ ମମତା ପଣ୍ଡାଙ୍କ ଭୂମିକା ରହିଥିବା ଅଭିଯୋଗ କରିଥିଲେ ସୌମ୍ୟଙ୍କ ବାପା । ତେଣୁ ମମତା ପଣ୍ଡାଙ୍କୁ ମଧ୍ୟ ପଚରାଉଚୁରା କରାଯିବ |

ସମ୍ବନ୍ଧିତ ଖବର