ସମ୍ବଲପୁର ଡିଆଇଜି ଅଫିସ ଘେରାଉ ବେଳେ ବିଜେପି କର୍ମୀଙ୍କ ଉପରକୁ ପାଣିମାଡ଼

ମମିତା ମେହେର ହତ୍ୟା ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି

ସମ୍ବଲପୁର: ମମିତା ମେହେର ହତ୍ୟା ମାମଲା ସିବିଆଇ ତଦନ୍ତ ଓ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ବିଜେପି ପକ୍ଷରୁ ସମ୍ବଲପୁର ଡିଆଇଜି ଅଫିସ ଘେରାଉ କରାଯାଇଛି। ଏଠାରେ ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତକୁ ବିରୋଧ କରାଯାଇଛି। ପୁଲିସ ଓ ବିଜେପି କର୍ମୀମାନଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି। ସ୍ଥିତି ନିୟନ୍ତ୍ରଣ ପାଇଁ ପୁଲିସ ପକ୍ଷରୁ ବିଜେପି କର୍ମୀଙ୍କ ଉପରକୁ ପାଣିମାଡ଼ କରାଯାଇଛି।

ରେଙ୍ଗାଲି ବିଧାୟକ ଜୟନାରାୟଣ ମିଶ୍ର, ନାଉରୀ ନାୟକ, ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଇରାଶିଷ ଆଚାର୍ଯ୍ୟ, ସମ୍ବଲପୁର ଜିଲ୍ଲା ବିଜେପି ସଭାପତି ଗିରିଶ ପଟେଲ ପ୍ରମୁଖଙ୍କ ନେତୃତ୍ୱରେ ଏହି ଆନ୍ଦୋଳନ କରାଯାଉଛି।

ସମ୍ବନ୍ଧିତ ଖବର