ବ୍ରହ୍ମପୁର: ନିଜ ରିଭଲଭରରୁ ଗୁଳି ଫୁଟିବାରୁ ଗାଙ୍ଗପୁର ଥାନା ଅଧିକାରୀ ଦେବ କୁମାର ଗମାଙ୍ଗଙ୍କ ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, କ୍ବାର୍ଟରରେ ମାଆଙ୍କ ସହ ଖାଇବାକୁ ଵସିଥିବା ଵେଳେ ଗୁଳି ଫୁଟିଥିଲା। ପେଟରେ ଗୁଳି ବାଜି ପିଠିପଟୁ ବାହାରିଥିଲା। ତାଙ୍କୁ ଆସିକା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।.ସେଠାରେ ଦେବ କୁମାର ଗମାଙ୍ଗଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।
ସେ ଜୟପୁରର ମୂଳବାସିନ୍ଦା। ୬ ମାସ ତଳେ ଗାଙ୍ଗପୁର ଥାନାରେ ଯୋଗ ଦେଇଥିଲେ। ତାଙ୍କ ପତ୍ନୀ ନବରଙ୍ଗପୁର ହେଡକ୍ବାର୍ଟରରରେ ଇନସପେକ୍ଟର ଭାବରେ କାର୍ଯ୍ୟ କରୁଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/03/bem.jpg)