ନବ ଦାସ ହତ୍ୟା ପ୍ରସଙ୍ଗ: ପୁଲିସ- ଛାତ୍ର କଂଗ୍ରେସ କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି

ସୁଶାନ୍ତ ସିଂହଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ଦାବି

ନବ ଦାସ ହତ୍ୟା ପ୍ରସଙ୍ଗ: ପୁଲିସ- ଛାତ୍ର କଂଗ୍ରେସ କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି

ଭୁବନେଶ୍ଵର: ବିଧାନସଭା ସମ୍ମୁଖରେ ଛାତ୍ର କଂଗ୍ରେସର ବିକ୍ଷୋଭ ବେଳେ ପୁଲିସ- ଛାତ୍ର କଂଗ୍ରେସ କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି। ବିଧାନସଭା ଘେରାଉ ପାଇଁ ଯିବା ବେଳେ ପୁଲିସ ସହ କିଛି ଛାତ୍ର କଂଗ୍ରେସ କର୍ମୀ ଧସ୍ତାଧସ୍ତି ହୋଇଥିଲେ। ନବ ଦାସ ହତ୍ୟା ପ୍ରସଙ୍ଗରେ ଭଟଲି ବିଧାୟକ ସୁଶାନ୍ତ ସିଂହଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ଦାବି କରିଛି ଛାତ୍ର କଂଗ୍ରେସ। ଏହାପରେ କେତେକ କର୍ମୀଙ୍କୁ ପୁଲିସ ଉଠାଇନେଇଥିଲା।

ଏହା ଆଗରୁ ବିଧାୟକ ସୁଶାନ୍ତ ସିଂହଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନ ଘେରିଥିଲା ଛାତ୍ର କଂଗ୍ରେସ। ନବ ଦାସ ହତ୍ୟା ମାମଲାରେ ସୁଶାନ୍ତଙ୍କୁ ତଦନ୍ତ ପରିସରଭୁକ୍ତ ଦାବି କରିବା ସହ ସୁଶାନ୍ତଙ୍କ ଘର ଉପରକୁ ଟମାଟୋ ମାଡ଼ କରିଥିଲେ ଛାତ୍ର କଂଗ୍ରେସର ସଦସ୍ୟ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe