Photograph: (Deccan Chronicle)
ଭୁବନେଶ୍ୱର: ଏପ୍ରିଲ ପହିଲା ପର୍ଯ୍ୟନ୍ତ ପ୍ରଦୂଷଣ ସାର୍ଟିଫିକେଟ୍ ନଥିଲେ ଜରିମାନା ନ ଲଗାଇବାକୁ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତିଭୂଷଣ ଜେନା ଆଜି ରାଜ୍ୟ ପରିବହନ ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ଟୋଲ୍ ଗେଟ୍ରେ ଇ-ଡିଟେକ୍ସନ୍ରେ କଟୁଥିବା ଜରିମାନାକୁ ମଧ୍ୟ ସ୍ଥଗିତ ରଖିବାକୁ କୁହାଯାଇଛି। ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ମୋଟର ଯାନ ଆଇନ ଅନୁଯାୟୀ ଲାଗୁ ହେଉଥିବା ୧୦ହଜାର ଟଙ୍କା ଜରିମାନାକୁ କମାଇବା ନେଇ ତର୍ଜମା କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
Paddy: ଧାନବସ୍ତାର ପାହାଡ଼ରେ ମଣ୍ଡି, ମିଲର୍ସ ଆନ୍ଦୋଳନ ପ୍ରତ୍ୟାହୃତ
ମନ୍ତ୍ରୀ ଶ୍ରୀ ଜେନା କହିଛନ୍ତି, ଗାଡ଼ିର ପ୍ରଦୂଷଣ ଯାଞ୍ଚ କରିବା ସମସ୍ତଙ୍କର ଦାୟିତ୍ୱ। ବାୟୁ ଗୁଣବତ୍ତା ଦିନକୁ ଦିନ ଖରାପ ହେଉଛି। ଏହାର ସୁଧାର ଦିଗରେ କାର୍ଯ୍ୟ କରିବା ଆମ ସମସ୍ତଙ୍କ କର୍ତ୍ତବ୍ୟ। ସେଥିପାଇଁ ପରିବହନରେ ପରିବେଶ ସୁରକ୍ଷାକୁ ଲକ୍ଷ୍ୟ ରଖି ପ୍ରଦୂଷଣ ଯାଞ୍ଚ ପାଇଁ କଠୋର ଆଭିମୁଖ୍ୟ ଗ୍ରହଣ କରାଯାଇଛି। ମୋଟର ଯାନ ଆଇନ ଅନୁଯାୟୀ ଏହା ବାଧ୍ୟତାମୂଳକ ମଧ୍ୟ। ଓଡ଼ିଶାରେ ମାତ୍ର ୨୧% ଗାଡ଼ିରେ ପ୍ରଦୂଷଣ ପ୍ରମାଣପତ୍ର ରହିଛି। ଅନେକ ଗାଡ଼ି ଏହି ନିୟମର ବ୍ୟାପକ ଉଲ୍ଲଂଘନ କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଏ ଦିଗରେ ସଚେତନତା ବୃଦ୍ଧି କରିବାକୁ ପ୍ରଦୂଷଣ ପ୍ରମାଣପତ୍ରକୁ ଗୁରୁତ୍ୱ ଦିଆଯାଇଛି। ହେଲେ ଜନସାଧାରଣ ଏଥିପାଇଁ ସମସ୍ୟାର ସମ୍ମୁଖୀନ ହେଉଥିବାରୁ ଏବେ କୋହଳ କରାଯାଇଛି। ଏହି ସମୟ ଅବଧିରେ ପ୍ରଦୂଷଣ ପ୍ରମାଣପତ୍ର କରାଇନେବାକୁ ମନ୍ତ୍ରୀ ଶ୍ରୀ ଜେନା କହିଛନ୍ତି।
Cricket : ନ୍ୟୁଜିଲାଣ୍ଡ ବିପକ୍ଷ ଟି-୨୦ ସିରିଜରୁ ବାଦ ପଡ଼ିଲେ ତିଳକ ବର୍ମା
Follow Us