ଭୁବନେଶ୍ବର: ସ୍ୱାଧୀନତା ଦିବସ ୨୦୨୨ ପୂର୍ବରୁ ପଡ଼ୁଥିବା ସବୁ ସରକାରୀ ଛୁଟି ଦିନ ସହିତ ସବୁଦିନ ଦେଶର ସବୁ ଡାକଘର ଖୋଲା ରହିବ । ହର ଘର ତିରଙ୍ଗା (ପ୍ରତି ଘରେ ତ୍ରିରଙ୍ଗା) ଅଭିଯାନ ଅନ୍ତର୍ଗତ ଜାତୀୟ ପତାକା ବିକ୍ରି ଏବଂ ବିତରଣ ସୁବିଧା ଯୋଗାଇ ଦେବା ନିମନ୍ତେ ଡାକଘର ଖୋଲା ରଖିବା ଲାଗି ନିଷ୍ପତ୍ତି ନିଆଯାଇଛି। ଏହି ଗଣ ଅଭିଯାନକୁ ସମର୍ଥନ ଯୋଗାଇ ଦେବା ଲାଗି ସବୁ ଡେଲିଭରି ପୋଷ୍ଟ ଅଫିସ ସମେତ ଅନ୍ୟ ଗୁରୁତ୍ବପୂର୍ଣ୍ଣ ଡାକଘରଗୁଡ଼ିକ ସବୁଦିନ ଖୋଲା ରହିବ ।
ଡାକଘର ଗୁଡ଼ିକରେ ଅତି କମରେ ଗୋଟିଏ କାଉଣ୍ଟର ଜରିଆରେ ୭, ୯ ଏବଂ ୧୪ ଅଗଷ୍ଟ ୨୦୨୨ରେ ପଡ଼ୁଥିବା ସରକାରୀ ଛୁଟି ଦିବସରେ ଜାତୀୟ ପତାକା ବିକ୍ରି ଲାଗି ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ । ସବୁ ଡେଲିଭରୀ ପୋଷ୍ଟ ଅଫିସରେ ଜାତୀୟ ପତାକା ବିତରଣ ନିମନ୍ତେ ମଧ୍ୟ ବିଶେଷ ବ୍ୟବସ୍ଥା କରାଯିବ ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2018/08/how-to-dispose-of-national-flag.jpg)