ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀ ଗୁରୁତର ଅସୁସ୍ଥ ହୋଇପଡ଼ିଛନ୍ତି। ଗତ ମାସ ୧୪ ତାରିଖରେ ସେ କରୋନା ଆକ୍ରାନ୍ତ ହୋଇଥିଲେ। ପରବର୍ତ୍ତୀ ସମୟରେ ସେ ଅଧିକ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ସମ୍ ଅଲ୍ଟିମେଟ୍ ମେଡିକେୟାରରେ ଭର୍ତ୍ତି କରାଯାଇଥିଲା। ତାଙ୍କର ସ୍ବାସ୍ଥ୍ୟାବସ୍ଥା ଏବେ ଗୁରୁତର ରହିଛି ଓ ତାଙ୍କୁ ଭେଣ୍ଟିଲେଟର୍ରେ ରଖାଯାଇଛି। ହସ୍ପିଟାଲ୍ର ଏକ ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ମହାରଥୀଙ୍କ ପରିବାର ସଦସ୍ୟଙ୍କ ସହ କଥା ହୋଇ ତାଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ। ଏହା ସହ ମହାରଥୀଙ୍କ ଚିକିତ୍ସା କରୁଥିବା ଡାକ୍ତରଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ ଓ ଉନ୍ନତମାନର ଚିକିତ୍ସା ଯୋଗାଇ ଦେବାକୁ ଅନୁରୋଧ କରିଥିଲେ।