ଜାମିନ ପାଇଁ ହାଇକୋର୍ଟରେ ପ୍ରଦୀପ ପାଣିଗ୍ରାହୀ

Advertisment
ବଡ଼ଗଡ଼ କେନାଲ କଲୋନିରେ ଡ୍ରେନେଜ୍‌ ପ୍ରସଙ୍ଗ: ଜବାବ ଦାଖଲ ପାଇଁ ୱାଟ୍‌କୋକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

image source-newindianexpress.com

କଟକ: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ଟାଟା ମୋଟର୍ସରେ ଚାକିରି ନାଁରେ ଠକେଇ ମାମଲାରେ ଗିରଫ ହୋଇଥିବା ଶ୍ରୀ ପାଣିଗ୍ରାହୀଙ୍କ ଜାମିନ ଗତ ୭ ତାରିଖ ଦିନ ଭୁବନେଶ୍ବରର ଅତିରିକ୍ତ ଦୌରା ଜଜ୍ ଅଦାଲତରେ ଖାରଜ ହେବା ପରେ ସେ ହାଇକୋର୍ଟରେ ଜାମିନ ଆବେଦନ ଦାୟର କରିଛନ୍ତି।
ଏଠାରେ ସୂଚନାଯୋଗ୍ୟ ଯେ ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଇଏଫଏସ ଅଫିସର ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ ଗତ ନଭେମ୍ବର ୨୭ ତାରିଖରେ ଗିରଫ ହୋଇ ଜେଲ ଯାଇଥିଲେ। ଏହାପରେ ଟାଟା ମୋଟର୍ସରେ ନକଲି ଏମଡ଼ି ସାଜି କୋଟି କୋଟି ଟଙ୍କା ଆକାଶ ଠକିଥିବା ଅଭିଯୋଗ ହୋଇଥିଲା।
ଏ ନେଇ କ୍ରାଇମବ୍ରାଞ୍ଚ ତଦନ୍ତ କରିବା ସହିତ ଗତ ଡିସେମ୍ବର ୩ରେ ଶ୍ରୀ ପାଣିଗ୍ରାହୀଙ୍କୁ ଗିିରଫ କରିଥିଲା। ଦୌରା ଅଦାଲତରେ ଶ୍ରୀ ପାଣିଗ୍ରାହୀଙ୍କ ପକ୍ଷରୁ ଦର୍ଶାଯାଇଥିଲା ଯେ ଉଦ୍ଦେଶ୍ୟମୂଳକ ଭାବେ ତାଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ରାଜନୈତିକ ଅଭିସନ୍ଧି ରଖି ତାଙ୍କୁ ଫସାଇ ଦିଆଯାଇଛି।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe