୨୦କୁ ଘୁଞ୍ଚିଲା ପ୍ରଦୀପ ପାଣିଗ୍ରାହୀଙ୍କ ମାମଲାର ଶୁଣାଣି

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଦୁର୍ନୀତି ନିବାରଣ ବିଭାଗ ତଦନ୍ତ ସମ୍ବନ୍ଧୀୟ ମାମଲାର ଶୁଣାଣି ଚଳିତ ମାସ ୨୦ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ଅଜୟ ରସ୍ତୋଗି ଓ ବିଚାରପତି ଜଷ୍ଟିସ୍‌ ବେଲା ଏମ୍‌ ତ୍ରିବେଦୀଙ୍କ ଖଣ୍ଡପୀଠରେ ଓଡ଼ିଶା ଲୋକାୟୁକ୍ତଙ୍କ କାର୍ଯ୍ୟାଳୟ ପକ୍ଷରୁ ମାମଲାର ପରିଚାଳନା କରୁଥିବା ବରିଷ୍ଠ ଆଇନଜୀବୀ ରବୀନ୍ଦ୍ର ଶ୍ରୀବାସ୍ତବ ଓ ତାଙ୍କ ପରିବାର କରୋନାରେ ଆକ୍ରାନ୍ତ ଥିବାରୁ ମାମଲାର ଶୁଣାଣିକୁ ସ୍ଥଗିତ ରଖିବା ପାଇଁ ଅନୁରୋଧ କରାଯାଇଥିଲା। ଖଣ୍ଡପୀଠ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଏପ୍ରିଲ ୨୦କୁ ଧାର୍ଯ୍ୟ କରିଥିଲେ।

ସମ୍ବନ୍ଧିତ ଖବର