ପଦ୍ମପୁର ଉପନିର୍ବାଚନ ଲାଗି ପ୍ରଦୀପ ପୁରୋହିତ ବିଜେପି ପ୍ରାର୍ଥୀ: ୧୪ରେ ପ୍ରାର୍ଥିପତ୍ର ଦାଖଲ

Advertisment
ପଦ୍ମପୁର ଉପନିର୍ବାଚନ ଲାଗି ପ୍ରଦୀପ ପୁରୋହିତ ବିଜେପି ପ୍ରାର୍ଥୀ: ୧୪ରେ ପ୍ରାର୍ଥିପତ୍ର ଦାଖଲ

ଭୁବନେଶ୍ୱର: ପ୍ରଦୀପ ପୁରୋହିତ ପଦ୍ମପୁର ଉପନିର୍ବାଚନ ଲାଗି ବିଜେପି ପ୍ରାର୍ଥୀ ହେବେ ବୋଲି ସୁନ୍ଦରଗଡ଼ ବିଧାୟକ ତଥା ବିଜେପି ନେତା କୁସୁମ ଟେଟେ ସୂଚନା ଦେଇଛନ୍ତି। ଏଣେ ୧୪ ତାରିଖରେ ବିଜେପି ପକ୍ଷରୁ ପ୍ରାର୍ଥିପତ୍ର ଦାଖଲ କରାଯିବ ବୋଲି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି। ପ୍ରଦୀପ ପୁରୋହିତ ୨୦୧୪ରେ ଏଠାରୁ ବିଜୟୀ ହୋଇଥିଲେ। ତେବେ ପଦ୍ମପୁର ଉପନିର୍ବାଚନ ଲାଗି ବିଜେପି ପକ୍ଷରୁ ବିଧିବଦ୍ଧ ଭାବେ ପ୍ରାର୍ଥୀ ଘୋଷଣା ହୋଇନାହିଁ। ଆଜି ଅପରାହ୍ଣରେ ଦଳ ପ୍ରାର୍ଥୀ ଘୋଷଣା କରିବାର ସମ୍ଭାବନା ରହିଛି।
ପଦ୍ମପୁର ବିଧାୟକ ବିଜୟ ରଂଜନ ସିଂହ ବରିହାଙ୍କର ଗତ ମାସ ୩ ତାରିଖରେ ପରଲୋକ ହେବା ପରେ ଓଡ଼ିଶା ବିଧାନସଭାରେ ଏକ ଶୂନ୍ୟସ୍ଥାନ ସୃଷ୍ଟି ହେବା ସଂକ୍ରାନ୍ତରେ ବିଧାନସଭା ସଚିବ ଦାଶରଥୀ ଶତପଥୀ ବିଜ୍ଞପ୍ତି ଜାରି କରିଥିଲେ। ଏହା ଓଡ଼ିଶା ଗେଜେଟ୍ରେ ପ୍ରକାଶ ପାଇଥିଲା।

publive-image
ସୂଚନାଯୋଗ୍ୟ, ପଦ୍ମପୁର ବିଧାନସଭାର ଉପନିର୍ବାଚନ ପାଇଁ ପଦ୍ମପୁର ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସର ତ୍ରିଲୋଚନ ପାତ୍ର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ୧୦ ତାରିଖ ଠାରୁ ୧୭ ତାରିଖ ପର୍ଯ୍ୟନ୍ତ ଦିନ ୧୧ରୁ ୩ ଟା ରେ ମନୋନୟ ଦାଖଲ ପ୍ରକ୍ରିୟା ଜାରି ରହିବ। ୧୮ ତାରିଖରେ ମନୋନୟନ ପତ୍ର ଯାଞ୍ଚ କରାଯିବ ଏବଂ ୨୧ ତାରିଖ ଅପରାହ୍ନ ୩ ଟା ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ସମୟ ରହିଛି ବୋଲି ରିଟର୍ଣ୍ଣିଂ ଅଫିସର କହିଛନ୍ତି।ସେହିପରି ଆସନ୍ତା ୫ ତାରିଖରେ ସକାଳ ୭ ଟାରୁ ଅପରାହ୍ନ ୪ ଘଣ୍ଟା ପର୍ଯ୍ୟନ୍ତ ଭୋଟଦାନ କରାଯିବ।
ଆଜି ବିଜେପି ପଦ୍ମପୁର ପାଇଁ ପ୍ରାର୍ଥୀ ଘୋଷଣା କରିଥିବା ବେଲେ ବିଜେଡି ଏବଂ କଂଗ୍ରେସ ଏଯାଏଁ ପ୍ରାର୍ଥୀ ଘୋଷଣା କରିନାହାନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe