ପ୍ରଧାନମନ୍ତ୍ରୀ ଜୀବନ ଓ ଜୀବିକାକୁ ଗୁରୁତ୍ବ ଦେଇଛନ୍ତି : ବିଜେପି

Advertisment
ଅପପୁଷ୍ଟି ଅଞ୍ଚଳ ରଣାଗୁଣ୍ଡି: ଆଧାର ନଥିବାରୁ ଆହାରରୁ ବଞ୍ଚିତ ଶତାଧିକ ଲୋକ

The Indian Express

ଭୁବନେଶ୍ବର : ଗରିବ, କୃଷକ ଓ ଶ୍ରମିକ ସମେତ ଦେଶର ୮୦ କୋଟିରୁ ଉର୍ଦ୍ଧ୍ୱ ଲୋକଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ୫ ମାସ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏଥି ପାଇଁ କେନ୍ଦ୍ର ସରକାର ୯୦ ହଜାର କୋଟି ବ୍ୟୟ ବରାଦ କରିବେ। କୋଭିଡ୍‌-୧୯ ପରି ସଙ୍ଗୀନ୍ ସ୍ଥିତିରେ ପ୍ରଧାନମନ୍ତ୍ରୀ ନ‌େରନ୍ଦ୍ର ମୋଦୀ ଜୀବନ ଓ ଜୀବିକାକୁ ଗୁରୁତ୍ବ ଦେଇଛନ୍ତି। ଏହି ଯୋଜନା ଗରିବ ଓଡ଼ିଆଙ୍କ ପାଇଁ ସଞ୍ଜିବନୀ ସଦୃଶ ବୋଲି ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି କହିଛନ୍ତି।

ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ମହାନ୍ତି କହିଲେ ଯେ ଓଡ଼ିଶାରେ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ୯୨ ଲକ୍ଷ ୯୮ ହଜାର ୫ ଶହ ୮୨ ପରିବାରର ୩ କୋଟି ୨୪ ଲକ୍ଷ ୭୩ ହଜାର ୩ଶହ ୭୦ ଜଣ ହିତାଧିକାରୀ ଏହାର ଲାଭ ଉଠାଇ ପାରିବେ। କରୋନା ସମୟରେ ଯେଉଁମାନେ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ହୋଇପାରି ନାହାନ୍ତି ସେମାନଙ୍କୁ ମଧ୍ୟ ଏହି ଯୋଜନାରେ ସାମିଲ କରିବା ପାଇଁ ରାଜ୍ୟ ସରକାରଙ୍କୁ ପ୍ରଧାନମନ୍ତ୍ରୀ କହିଛନ୍ତି। କେହି ବି ଯେପରି ଭୋକରେ ନ ରହିବେ ତାହା ପ୍ରଧାନମନ୍ତ୍ରୀଙ୍କ ପ୍ରାଥମିକତା। ଗୋଟିଏ ଦେଶ, ଗୋଟିଏ ରାସନ କାର୍ଡର ବ୍ୟବସ୍ଥା ଏବଂ ଗରିବ କଲ୍ୟାଣ ଅନ୍ନ ଯୋଜନାର ସଂପ୍ରସାରଣ ଗରିବ କଲ୍ୟାଣ ପ୍ରତି ମୋଦୀ ସରକାରଙ୍କ ସମର୍ପଣ ଭାବନାକୁ ଦର୍ଶାଉଛି। ସାମ୍ବାଦିକ ସମ୍ମିଳନୀରେ ଦଳର ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ଓ ମୁଖପାତ୍ର ସୁଦୀପ୍ତ ରାୟ ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe