ନବରଙ୍ଗପୁର: କିଛିଦିନ ତଳେ କଂଗ୍ରେସର ହାତ ଛାଡ଼ିଥିବା ପୂର୍ବତନ ସାଂସଦ ପ୍ରଦୀପ ମାଝୀ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି।ପ୍ରଦୀପଙ୍କ ସହିତ ତାଙ୍କର ସମର୍ଥକମାନେ ମଧ୍ୟ ଶୋଭାଯାତ୍ରାରେ ଆସି ମିଶ୍ରଣ ପର୍ବରେ ସାମିଲ୍ ହୋଇଥିବା ଜଣାପଡ଼ିଛି। ନବରଙ୍ଗପୁର ସହରର ସର୍କିଟ୍ ହାଉସ ସାମ୍ନାରେ ଥିବା ପଡ଼ିଆରେ ପ୍ରସ୍ତୁତ ହୋଇଥିବା ମଞ୍ଚରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଏଥିରେ ବିଜେଡିର ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ନବରଙ୍ଗପୁର ଜିଲ୍ଲାର ବିଧାୟକ ଓ ନେତାମାନେ ଯୋଗଦେଇଛନ୍ତି ।
ଏହି ମିଶ୍ରଣପର୍ବରେ ବିଜେଡିର ନବରଙ୍ଗପୁର ଜିଲ୍ଲା ପ୍ରଭାରୀ ତଥା କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା, ପୂର୍ବତନ ମନ୍ତ୍ରୀ ଚନ୍ଦ୍ରସାରଥୀ ବେହେରା ଓ ସାଂସଦ ରମେଶ ଚନ୍ଦ୍ର ମାଝୀ ଉପସ୍ଥିତ ଅଛନ୍ତି।
ଉଲ୍ଲେଖଯୋଗ୍ୟ ଯେ ଗତ ମାସ ୨୨ ତାରିଖରେ ପ୍ରଦୀପ କଂଗ୍ରେସରୁ ଇସ୍ତଫା ଦେଇଥିଲେ। ଏହାପରେ ୨୪ ତାରିଖ ଦିନ ତାଙ୍କ ସମର୍ଥକମାନେ କଂଗ୍ରେସ ଛାଡ଼ିବା ସହ ବିଜେଡିରେ ଯୋଗଦେବା ନେଇ ଘୋଷଣା କରିଥିଲେ। ଅନ୍ୟପଟେ ଗତ ୩୧ ତାରିଖ ଦିନ ପ୍ରଦୀପଙ୍କ ବିନା କଂଗ୍ରେସ ନିଜର ଶକ୍ତି ପ୍ରଦର୍ଶନ କରିଥିଲା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/11/cf492d57-e0f4-46cd-8aed-7b37ec030158.jpg)