ଭୁବନେଶ୍ୱର: ବିଜେଡିରୁ ବହିଷ୍କୃତ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କ୍ରାଇମବ୍ରାଞ୍ଚ ଆଜି ରାତି କୋର୍ଟରେ ହାଜର କରିଛି। କ୍ରାଇମବ୍ରାଞ୍ଚ ପ୍ରଦୀପଙ୍କୁ ଏସ୍ଡିଜେଏମ୍କୋର୍ଟରେ ହଜାର କରିଛି। (ଗୁରୁବାର) ସନ୍ଧ୍ୟାରେ ଗିରଫ କରିଛି। ଜାଲିଆତି, ଠକେଇ ଓ ଅପରାଧିକ ଷଡ଼ଯନ୍ତ୍ର ଅଭିଯୋଗ ଆଧାରିତ ମାମଲାରେ ପ୍ରଦୀପ ଗିରଫ ହୋଇଛନ୍ତି। ଟାଟା କଂପାନିରେ ଚାକିରି କରାଇଦେବା ପ୍ରତିଶ୍ରୁତି ଦେଇ ପ୍ରଦୀପ ଆକାଶ ପାଠକଙ୍କ ପକ୍ଷରୁ ଟଙ୍କା ଆଦାୟ କରିଥିବା ଅଭିଯୋଗ ହୋଇଥିଲା । ଏହି ଅଭିଯୋଗର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ପ୍ରଦୀପଙ୍କ ବିରୋଧରେ ଦଫା ୪୧୯, ୪୨୦, ୪୬୭, ୪୬୮, ୪୬୯, ୪୭୧ ଓ ୧୨୦(ଖ)ରେ ମାମଲା ରୁଜୁ କରିଛି। ଅନ୍ୟ ପକ୍ଷରେ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କର ଗିରଫଦାରୀ ନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ଏକ ପ୍ରେସ ବିବୃତି ମଧ୍ୟ ଜାରି କରାଯାଇଛି।
Sambad is now on WhatsApp
Join and get latest news updates delivered to you via WhatsApp