ଭୁବନେଶ୍ୱର: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ପୂର୍ବାହ୍ଣରେ ୫ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏହି ଅବସରରେ ସ୍ଥାନୀୟ ଇଡ୍କୋ ପ୍ରଦର୍ଶନୀ ପଡ଼ିଆରେ ଶପଥ ଗ୍ରହଣ ଉତ୍ସବର ଆୟୋଜନ କରାଯାଉଛି। ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବୁଧବାର ପୂର୍ବାହ୍ଣ ୧୦ଟା ୩୦ରେ ଶ୍ରୀ ପଟ୍ଟନାୟକ ଏବଂ ତାଙ୍କ ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନଙ୍କୁ ଶପଥ ପାଠ କରାଇବେ। ଏହି ଉତ୍ସବରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି।
ବିଶିଷ୍ଟ ସ୍ଥପତି ପଦ୍ମବିଭୂଷଣ ରଘୁନାଥ ମହାପାତ୍ର, ସଂଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କର, ଓଡ଼ିଶୀ ନୃତ୍ୟାଙ୍ଗନା ପଦ୍ମଶ୍ରୀ ପ୍ରିୟମ୍ବଦା ମହାନ୍ତି, ଶିଳ୍ପପତି କୁମାର ମଙ୍ଗଳମ ବିର୍ଲା, ନବୀନ ଜିନ୍ଦଲ, ଆଇଟିସିର ଅଧ୍ୟକ୍ଷ ସଂଜୀବ ପୁରୀ, ଟାଟା ଷ୍ଟିଲର ପରିଚାଳନା ନିର୍ଦ୍ଦେଶକ ଟି.ଭି. ନରେନ୍ଦ୍ରନ୍, ଟେକ୍ ମହିନ୍ଦ୍ରା ଏମ.ଡି.ସି.ପି ଗୁରନାନୀ, ମାଇଣ୍ଡ ଟ୍ରିର ଅଧ୍ୟକ୍ଷ କେ.କେ. ନଟରାଜନ୍, ଓସିଏଲ୍ର ପୁନୀତ୍ ଡାଲମିଆ, ଆପୋଲୋ ଗ୍ରୁପର ସଂଗୀତା ରେଡ୍ଡୀ, ରାମ୍କୋ ଗ୍ରୁପର ପି.ଭି ଭେଙ୍କଟ ରାମରାଜା, ବିଶିଷ୍ଟ ହୃଦରୋଗ ବିଶେଷଜ୍ଞ ଡାକ୍ତର ରମାକାନ୍ତ ପଣ୍ଡା, ଟି.ପି ଦାସ, ଡାକ୍ତର ସୁବ୍ରତ ଆଚାର୍ଯ୍ୟ ଏହି ଉତ୍ସବରେ ଯୋଗଦେବେ।
Follow Us