ଭାରତୀୟ ଜନତା ପାର୍ଟିରେ ଯୋଗ ଦେଲେ ସାଲେପୁର ବିଧାୟକ ପ୍ରକାଶ ବେହେରା

Advertisment
ଭାରତୀୟ ଜନତା ପାର୍ଟିରେ ଯୋଗ ଦେଲେ ସାଲେପୁର ବିଧାୟକ ପ୍ରକାଶ ବେହେରା

ନୂଆଦିଲ୍ଲୀ : ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଶେଷରେ ଆଜି ସାଲେପୁର ବିଧାୟକ ପ୍ରକାଶ ବେହେରା ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ସେ ଭାଜପାର ନୂଆଦିଲ୍ଲୀସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ପ୍ରଦେଶ ସଭାପତି ବସନ୍ତ ପଣ୍ଡା,କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଏବଂ ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ପ୍ରମୁଖଙ୍କ ଉପସ୍ଥିତିରେ ଦଳରେ ସାମିଲ ହୋଇଛନ୍ତି।

ସେ କଂଗ୍ରେସରୁ ଇସ୍ତଫା ଦେଇଥିଲେ। ଦଳ ତାଙ୍କ ପ୍ରତି ଅବହେଳା କରିଥିବା ଅଭିଯୋଗ କରି ସେ ତାଙ୍କ ଇସ୍ତଫାପତ୍ର ଏଆଇସିସି ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ପଠାଇଥିଲେ। ପ୍ରକାଶଥାଉ କି, ଦେଢ଼ ବର୍ଷ ଧରି ପ୍ରକାଶ ବିଜେଡିକୁ ଯିବା ନେଇ ଚର୍ଚ୍ଚା ହେଉଥିଲା। ତେବେ ସାଲେପୁରରେ ଦୁଇଦିନ ତଳେ ଅନୁଷ୍ଠିତ ଏକ କର୍ମୀ ସମାବେଶରେ ମନ୍ତ୍ରୀ ପ୍ରତାପ ଜେନା ସାଲେପୁରରୁ ପ୍ରଶାନ୍ତ ବେହେରା ହିଁ ବିଜେଡି ପ୍ରାର୍ଥୀ ହେବେ ବୋଲି ଘୋଷଣା କରିଥିଲେ। ଏପରି କି ପ୍ରକାଶଙ୍କ ନାମ ନ ନେଇ ତାଙ୍କୁ ସେ ସମାଲୋଚନା କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe