‌କେଏମ୍‌ବିବି ଅଧ୍ୟକ୍ଷଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର

ଭୁବନେଶ୍ବର : ବିଶ୍ବ ପରିବେଶ ଦିବସ ଅବସରରେ ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ତରଫରୁ କେଏମ୍‌ବିବି ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଡ. ବିଜୁନି ଚରଣ ସୂତାରଙ୍କୁ ‘ପ୍ରକୃତିବନ୍ଧୁ’ ସମ୍ମାନରେ ସମ୍ମାନିତ କରାଯାଇଛି। ପ୍ରକୃତି ସଂରକ୍ଷଣ ଓ ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଡ. ସୂତାରଙ୍କୁ ପ୍ରୋତ୍ସାହନ ସ୍ବରୂପ ୧୦ ହଜାର ଟଙ୍କା ଆର୍ଥିକ ପୁରସ୍କାର ସହ ପ୍ରମାଣପତ୍ର ପ୍ରଦାନ କରାଯାଇଛି। ଏହି ପରିପ୍ରେକ୍ଷୀରେ ‘ସମ୍ବାଦ ଗ୍ରୁପ୍‌’ର ଅଧ୍ୟକ୍ଷ ସୌମ୍ୟରଂଜନ ପଟ୍ଟନାୟକ ଓ କେଏମ୍‌ବିବିର ନିର୍ଦ୍ଦେଶକ ସରୋଜ କୁମାର ପଣ୍ଡା ଅଭିନନ୍ଦନ ଜଣାଇଛନ୍ତି।

ସମ୍ବନ୍ଧିତ ଖବର