ଭୁବନେଶ୍ବର : ଶିମିଳିପାଳ ଅଭୟାରଣ୍ୟରେ ନିଆଁ ଲାଗିବା ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ । ଟ୍ବିଟ କରି ସେ ଲେଖିଛନ୍ତି ଯେ ଶିମିଳିପାଳ ଜଳୁଛି ଓ ସମଗ୍ର ଏସିଆ ପାଇଁ ଏହା ଏକ ଭଲ ସଂକେତ ନୁହେଁ । ତେବେ ଦୁଃଖର ବିଷୟ ହେଉଛି ଏହା ଜାତୀୟ ଓ ଅନ୍ତର୍ଜାତୀୟ ଗଣମାଧ୍ୟମର ଦୃଷ୍ଟି ଆକର୍ଷଣ କରିପାରୁନାହିଁ ।
ଏହି ସମସ୍ୟା ସମ୍ପର୍କରେ ଗଣମାଧ୍ୟମର ଦୃଷ୍ଟି ଆକର୍ଷଣ କରିବାକୁ ସେ କେନ୍ଦ୍ର ପରିବେଶ, ଜଙ୍ଗଲ ତଥା ସୂଚନା ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାବଡ଼େକରଙ୍କୁ ଅନୁରୋଧ କରିଛନ୍ତି । ଆହୁରିମଧ୍ୟ ଏଥିରେ ହସ୍ତକ୍ଷେପ କରିବାକୁ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି ।
image credit : @TheGreatAshBଗତକାଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶିମିଳିପାଳରେ ବନାଗ୍ନି ଯୋଗୁଁ ସଂକଟଜନକ ପରିସ୍ଥିତି ଦେଖା ଦେଇଥିବା ବିଷୟରେ ମୟୁରଭଞ୍ଜର ରାଜକୁମାରୀ ଅକ୍ଷୀତା ମଞ୍ଜରୀ ଭଞ୍ଜଦେଓ କରିଥିବା ଟୁଇଟକୁ ରିଟୁଇଟ୍ କରି କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରକାଶ ଜାଭଡେକର ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।
ଏହି ଘଟଣା ସମ୍ପର୍କରେ ଅବଗତ ହେବା ପରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରକାଶ ଜାଭଡେକର। ସେ ଟୁଇଟ୍ କରି ଲେଖିଛନ୍ତି- ମୁଁ ଅଧିକାରୀଙ୍କୁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମତେ ଜଣାଇବାକୁ ନିର୍ଦ୍ଦେଶ ଦେଇଛି।
Follow Us