ନିମୋନିଆ ଜ୍ବରରେ ଆକ୍ରାନ୍ତ ଯୋଗୁଁ ଆଇସିୟୁରେ ଭର୍ତ୍ତି ହେଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ

ନିମୋନିଆ ଜ୍ବରରେ ଆକ୍ରାନ୍ତ ଯୋଗୁଁ ଆଇସିୟୁରେ ଭର୍ତ୍ତି ହେଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ

ବାଲେଶ୍ୱର: ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ। ଶ୍ରୀ ଷଡ଼ଙ୍ଗୀ ଗତ ସପ୍ତାହେ ହେଲା ଜ୍ବରରେ ପଡ଼ିଥିଲେ। ଛାତିରେ ଯନ୍ତ୍ରଣା ଓ ନିଶ୍ବାସ ନେବାରେ କଷ୍ଟ ଅନୁଭବ କରୁଥିଲେ। ଆଜି ଅପରାହ୍‌ଣରେ ବାଲେଶ୍ବର ଜିଲ୍ଲା ବଡ଼ ଡାକ୍ତରଖାନାରେ ସ୍ବାସ୍ଥ୍ୟ ପରୀକ୍ଷା କରିବା ପରେ ସେ ନିମୋନିଆ ଜ୍ବରରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା।

ଏହାପରେ ତାଙ୍କୁ ଆଇସିୟୁରେ ଆଡ୍‌ମିଶନ ହେବାକୁ ଡାକ୍ତର ପରାମର୍ଶ ଦେଇଥିବା ସାଂସଦଙ୍କ ବ୍ୟକ୍ତିଗତ ସହାୟକ ଚନ୍ଦ୍ରବିନ୍ଦୁ ଦାସ ସୂଚନା ଦେଇଛନ୍ତି। ସାଂସଦ ପ୍ରତାପ ଷଡ଼ଙ୍ଗୀ ଡାକ୍ତରଖାନାରେ ଭର୍ତ୍ତି ହେବାର ଖବର ପାଇ ବହୁ ବ୍ୟକ୍ତି ସେଠାରେ ପହଞ୍ଚିଛନ୍ତି । ଉଲ୍ଲେଖ ଥାଉ କି ୪ ଦିନ ତଳେ ମଧ୍ୟ ବାଲେଶ୍ବର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆଣି ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା | ଆଉ ଗଳା ଓ ଛାତିରେ ଭୀଷଣ ଯନ୍ତ୍ରଣା ଅନୁଭବ କରୁଥିବାରୁ ତାଙ୍କୁ ଔଷଧ ଦିଆଯାଇଥିଲା | ଏହାପରେ ସେ ଘରକୁ ଫେରିଯାଇଥିଲେ। ତେବେ ଆଜି ପୁଣି ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି |

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe