ଇଡିରେ ହାଜର ହେଲେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି

Advertisment
ଇଡିରେ ହାଜର ହେଲେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି

ଭୁବନେଶ୍ବର: ଇଡିରେ ହାଜର ହେଲେ ଭଦ୍ରକ ଜିଲ୍ଲାର ଭଣ୍ଡାରୀପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ। ବରପଦା ଇଞ୍ଜିନିୟରିଂ କଲେଜ ଜମି ମାମଲାରେ ଜେରା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହୋଇଛନ୍ତି ସେ। ପ୍ରଫୁଲ ସାମଲ ଓ ତାଙ୍କ ପୁଅ ପ୍ରୟାସକାନ୍ତିଙ୍କୁ ଇଡିରେ ହାଜର ହେବାକୁ ନୋଟିସ୍ ହୋଇଥିଲା। ଏହାକୁ ନେଇ ସେ ଆଜି ଇଡିରେ ହାଜର ହୋଇଛନ୍ତି। ଆଗରୁ ପ୍ରଫୁଲ ସାମଲ ଇଡିରେ ହାଜର ହୋଇଥିଲେ।

ବରପଦା ଇଂଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ପୂର୍ବରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଟିମ୍ ଚଢ଼ଉ କରିଥିଲା । ଭୁବନେଶ୍ୱର ଓ ଭଦ୍ରକର ଏକାଧିକ ସ୍ଥାନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଟିମ୍ ଚଢ଼ଉ କରିଥିଲେ। ଏହି ସମୟରେ ଗୋଟିଏ କାର ସହ ୯ଲକ୍ଷ ଟଙ୍କା ଜବତ କରିଥିଲା ଇଡି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe