ବଙ୍ଗୋପସାଗରରେ ଅବପାତର ରୂପ ନେଲା ଲଘୁଚାପ, ଗୋପାଳପୁର ଠାରୁ ୧୦୨୦କିମି ଦୂରରେ ଅବପାତ

Advertisment
ବଙ୍ଗୋପସାଗରରେ ଅବପାତର ରୂପ ନେଲା ଲଘୁଚାପ, ଗୋପାଳପୁର ଠାରୁ ୧୦୨୦କିମି ଦୂରରେ ଅବପାତ

ଭୁବନେଶ୍ବର: କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ଆଣ୍ଡାମାନ ସାଗରରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ଲଘୁଚାପ ଅବପାତର ରୂପ ନେଇସାରିଛି। ଗୁରୁବାର ସନ୍ଧ୍ୟା ୫ଟା ୩୦ରେ ଏହା ଗୋପାଳପୁର ଠାରୁ ୧୦୨୦ କିଲୋମିଟର ଓ ପାରଦୀପ ଠାରୁ ଏହା ୧୦୬୦ କିଲୋମିଟର ଦୂରରେ ରହିଛି। ଶୁକ୍ରବାର ସଂଧ୍ୟା ସୁଦ୍ଧା ଏହା ବାତ୍ୟାର ରୂପ ନେବ । ସେତେବେଳକୁ ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରି କେନ୍ଦ୍ରୀୟ ବଙ୍ଗୋପସାଗରରେ ରହିଥିବ। ପୁଣି ଏହା ଉତ୍ତର-ପଶ୍ଚିମ ଦିଗରେ ଅଗ୍ରସର ହେବ ।

ଶନିବାର ସକାଳେ ଏହା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡିଶା ଉପକୂଳରେ ପହଞ୍ଚିବା ସମ୍ଭାବନା ରହିଛି । ତେବେ ଏହା ସମୁଦ୍ର ମଝିରୁ କେଉଁଠୁ ଦିଗ ପରିବର୍ତ୍ତନ କରିବ ତାହା ଏଯାଏଁ ସ୍ପଷ୍ଟ ହୋଇନି । ଏପରିକି ସ୍ଥଳଭାଗ ଛୁଇଁବ କି ନାହିଁ ଏବଂ କେତେବେଳେ ଦିଗ ବଦଳାଇବ ସେ ବାବଦରେ କୌଣସି ସୂଚନା ନାହିଁ । ଅବପାତର ରୂପ ନେବା ପରେ ଏବାବଦରେ ଏକ ସ୍ପଷ୍ଟ ସଂକେତ ମିଳିପାରେ ବୋଲି ଏସଆରସି ପ୍ରଦୀପ ଜେନା କହିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe