ଟିଟିଲାଗଡ଼: ଟିଟିଲାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଜଣେ ପ୍ରସୂତିଙ୍କ ମୃତ୍ୟୁ ଘଟିଛି। ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ହୋଇଥିବା ନେଇ ଅଭିଯୋଗ ଆଣିଛନ୍ତି ପରିବାର ଲୋକେ। ମୃତ ମହିଳା ଜଣକ ଟିଟିଲାଗଡ ବ୍ଲକ ସିହିନି ଗ୍ରାମର ବିନୋଦିନୀ ଛତର (୨୫) ବୋଲି ଜଣାପଡ଼ିଛି।
ଘଟଣାସ୍ଥଳରେ ଚାପା ଉତ୍ତେଜନା ପରିସ୍ଥିତି ସୃଷ୍ଟି ହେବା ଯୋଗୁଁ ମାଜିଷ୍ଟ୍ରେଟ ଦାୟିତ୍ବରେ ଥିବା ଅତିରିକ୍ତ ତହସିଲଦାର, ଟିଟିଲାଗଡ଼ ଏସ ଡି ପି ଓ ଘଟଣାସ୍ଥଳରେ ଉପସ୍ଥିତ ରହିଛନ୍ତି। ଏହାଛଡ଼ା ଥାନା ଅଧିକାରୀଙ୍କ ସମେତ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2024/02/2c7c168c-bd99-413d-988a-7439d628f65d.jpeg)