ଭୁବନେଶ୍ବର: ବିଜେଡି ଛାଡ଼ିଥିବା ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ, ଭଦ୍ରକର ପୂର୍ବତନ ବିଧାୟକ ନରେନ ପଲେଇ ଓ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଓରଫ ରାଜୁ ଦାସ ଆଜି ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ମିଶ୍ରଣ ପର୍ବରେ ଏମାନଙ୍କୁ ଦଳୀୟ ଟୋପି ଓ ଉତ୍ତରୀୟ ପିନ୍ଧାଇ ସ୍ବାଗତ କରାଯାଇଥିଲା।
ଏହି ଅବସରରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ଧାମନଗର ବିଧାୟକ ସୂରଜ ସୂର୍ଯ୍ୟବଂଶୀ, ବିଜେପି ପ୍ରାକ୍ତନ ସଭାପତି ସମୀର ମହାନ୍ତି ଓ ବିଧାୟକ ପ୍ରଦୀପ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ। ଏତଦବ୍ୟତୀତ ଉକ୍ତ ତିନି ନେତାଙ୍କ ବହୁ ସମର୍ଥକ ବି ବିଜେପିରେ ସାମିଲ ହୋଇଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2024/03/9ef19449-5460-4e57-a061-65396ffc192e.jpeg)