ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ନେଇ ଜିଲ୍ଲାପାଳମାନଙ୍କ ସହ କଥା ହେଲେ ରାଜ୍ୟ ନିର୍ବାଚନ କମିସନର

ଭୁବନେଶ୍ୱର: ରାଜ୍ୟ ନିର୍ବାଚନ କମିସନର ଆଦିତ୍ୟ ପ୍ରସାଦ ପାଢ଼ୀ, ଆଗାମୀ ଦିନରେ ହେବାକୁ ଥବା ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ନେଇ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କ ସହ ଭିଡ଼ିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ବିସ୍ତୃତ ଆଲୋଚନା କରିଛନ୍ତିା ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଦ୍ୱାରା ୨୦୨୧ ଅକ୍ଟୋବର ୪ରେ ସମସ୍ତ
ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଥବା ଚିଠି ଅନୁସାରେ ଜିଲ୍ଲାପାଳମାନେ ସଂପୃକ୍ତ ଜିଲ୍ଲାର ପଞ୍ଚାୟତ ନିର୍ବାଚନ ପାଇଁ ୱାର୍ଡ ପରିସୀମା ନିର୍ଦ୍ଧାରଣ ଓ ପଦ ସଂରକ୍ଷଣ କାର୍ଯ୍ୟ ସମାପ୍ତ କରି ତାହାର ତାଲିକା ଆସନ୍ତା ୨୬ ତାରିଖ ସୁଦ୍ଧା ରାଜ୍ୟ ନିର୍ବାଚନ କମିସନଙ୍କୁ ପଠାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛିା ଏହି ତାଲିକା ଜିଲ୍ଲାପାଳମାନେ ସ୍ୱତନ୍ତ୍ର ବାର୍ତ୍ତାବହ ଜରିଆରେ ନିର୍ବାଚନ କମିସନଙ୍କୁ ପଠାଇବାକୁ କୁହାଯାଇଛିା

ରାଜ୍ୟ ନିର୍ବାଚନ କମିସନଙ୍କ ତରଫରୁ ସମସ୍ତ ଜିଲ୍ଲାପାଳଙ୍କୁ ପଦ ସଂରକ୍ଷଣ ତଥ୍ୟ ନିର୍ଦ୍ଧାରିତ ପ୍ରୋଫର୍ମାରେ ସ୍ୱତନ୍ତ୍ର ବାର୍ତ୍ତାବହ ଜରିଆରେ ଆସନ୍ତା ୨୬ ତାରିଖ ସୁଦ୍ଧା ନିର୍ବାଚନ କମିସନଙ୍କୁ ପଠାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତିା ପଞ୍ଚାୟତ ନିର୍ବାଚନରେ ବ୍ୟବହୃତ ହେବାକୁ ଥବା ବାଲାଟ୍‌ ବକ୍ସ ସଂପର୍କରେ ର୍ନିବାଚନ କମିସନର ଆଲୋଚନା କରିଥଲୋ ପ୍ରତ୍ୟେକ ଜିଲ୍ଲାରେ କେତେ କେତେ ବାଲାଟ୍‌ ବକ୍ସ ଦରକାର ହେବ, ଜିଲ୍ଲାସ୍ତରରେ କେତେ ବାଲାଟ୍‌ ବକ୍ସ ଅଛି, ସେ ସଂପର୍କରେ କମିସନ ଜାଣିବାକୁ ଚାହିଁଥଲୋ ପଞ୍ଚାୟତ ନିର୍ବାଚନରେ ବ୍ୟବହୃତ ହେବାକୁ ଥବା ବାଲାଟ୍‌ ବକ୍ସର ମରାମତି ଓ ରଙ୍ଗ କରାଇବା ପାଇଁ ନିର୍ବାଚନ କମିସନ ସମସ୍ତ ଜିଲ୍ଲାପାଳଙ୍କୁ ଜଣାଇଛନ୍ତିା ଏଥ ନିମନ୍ତେ ୧ କୋଟି ୧୬ ଲକ୍ଷ ଟଙ୍କା ଜିଲ୍ଲାଗୁଡ଼ିକୁ ପ୍ରଦାନ କରାଯାଇଛି ଏବଂ ତା. ୨୦୨୧ ନଭେମ୍ବର ୧୫ ତାରିଖ ସୁଦ୍ଧା ଏ ସମସ୍ତ କାର୍ଯ୍ୟ ସଂପନ୍ନ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛିା

ନିର୍ବାଚନ ପରେ ଭୋଟଗଣତି ସଂପର୍କରେ ନିର୍ବାଚନ କମିସନ ଏକ ବିସ୍ତୃତ ନିୟମାବଳୀ ଜାରି କରିଛନ୍ତିା ଏଥର ପଞ୍ଚାୟତ ନିର୍ବାଚନ ଭୋଟଗଣତି ବ୍ଲକ୍‌ ମୁଖ୍ୟାଳୟଠାରେ ଅନୁଷ୍ଠିତ ହେବା ଏଥରେ ସମସ୍ତ ଜିଲ୍ଲାପାଳ ଭୋଟଗଣତି ସଂପର୍କରେ ଜାରି କରାଯାଇଥବା ବିସ୍ତୃତ ନିୟମାବଳୀକୁ ଅନୁଧ୍ୟାନ କରିବା ପାଇଁ କମିଶନ ତରଫରୁ କୁହାଯାଇଛିା ଜିଲ୍ଲାପାଳମାନେ ବ୍ଲକ୍‌ ମୁଖ୍ୟାଳୟରେ ଭୋଟଗଣତି କେନ୍ଦ୍ର ଚିହ୍ନଟ ସହ ପ୍ରସ୍ତୁତ କରି ରଖବାକୁ କମିସନ ନିର୍ଦ୍ଦେଶ ଦେଇଛନ୍ତିା

ରାଜ୍ୟ ନିର୍ବାଚନ କମିଶନ ହେବାକୁ ଥବା ପଞ୍ଚାୟତ ନିର୍ବାଚନ ନିମନ୍ତେ ଜାନୁଆରି ୨୦୨୧ରେ ପ୍ରକାଶ ପାଇଥବା ବିଧାନସଭା ନିର୍ବାଚନ ମଣ୍ଡଳୀ ଭୋଟର ତାଲିକା ସମସ୍ତ ଜିଲ୍ଲାଗୁଡ଼ିକୁ ସି.ଡ଼ି (ଏକ୍ସଲ୍‌ ଫର୍ମାଟ୍‌) ଜରିଆରେ ପଠାଯାଇଛିା ଏହାକୁ ଆଧାର କରି ଜିଲ୍ଲା ସମୂହ (ଏକ୍ସେଲ ଫର୍ମାଟ)ରେ ଆସନ୍ତା ୨୦୨୨ରେ ହେବାକୁ ଥବା ପଞ୍ଚାୟତ ନିର୍ବାଚନ ପାଇଁ ଭୋଟର ତାଲିକା ପ୍ରସ୍ତୁତ କରିବାକୁ କମିସନ ନିର୍ଦ୍ଦେଶ ଦେଇଛନ୍ତିା

ନିର୍ବାଚନ କମିସନ ପଞ୍ଚାୟତ ନିର୍ବାଚନ ପାଇଁ ନିର୍ବାଚନ ପଞ୍ଜୀକରଣ ଅଧକାରୀମାନଙ୍କୁ ନିଯୁକ୍ତ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ଚିଠି ମାଧ୍ୟମରେ ଅବଗତ କରାଇଛନ୍ତିା ଏହି କାର୍ଯ୍ୟ ଆସନ୍ତା ୨୫ ତାରିଖ ସୁଦ୍ଧା ସମାପ୍ତ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛିା ନିର୍ବାଚନ କମିସନଙ୍କ ପକ୍ଷରୁ ପଞ୍ଚାୟତ ର୍ନିବାଚନ ନିମନ୍ତେ ଭୋଟ ଗ୍ରହଣ କେନ୍ଦ୍ର ଚିହ୍ନଟ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ଜଣାଇ ଦିଆଯାଇଛି ଓ ଏହି କାର୍ଯ୍ୟ ଆସନ୍ତା ନଭେମ୍ବର ୫ ତାରିଖ ସୁଦ୍ଧା ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତିା ଯେଉଁଠାରେ ଭୋଟ ଗ୍ରହଣ ନିମନ୍ତେ ସୁବିଧା ନଥବ ସେଠାରେ ଅସ୍ଥାୟୀ ଭୋଟ ଗ୍ରହଣ କେନ୍ଦ୍ର ନିର୍ମାଣ କରାଇବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛିା

ଜିଲ୍ଲାସ୍ତରରେ ବାଲାଟ ବକ୍ସ କଭର କିଣିବା ପାଇଁ କମିସନ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତିା ଏହି କାର୍ଯ୍ୟ ଆସନ୍ତା ନଭେମ୍ବର ୩୦ ତାରିଖ ସୁଦ୍ଧା ଶେଷ କରିବାକୁ କମିସନ ନିର୍ଦ୍ଦେଶ ଦେଇଛନ୍ତିା ଏହି କାର୍ଯ୍ୟ କଲାବେଳେ ଆବଶ୍ୟକ ନିର୍ଦ୍ଦେଶାବଳୀକୁ ଅନୁପାଳନ କରିବାକୁ ହେବ ବୋଲି କମିସନ ସ୍ପଷ୍ଟ କରିଛନ୍ତିା ଭିଡ଼ିଓ କନ୍‌ଫରେନ୍‌ସିଂ
ମାଧ୍ୟମରେ ନିର୍ବାଚନ କମିସନଙ୍କ ସହ ରାଜ୍ୟର ସମସ୍ତ ଜିଲ୍ଲାପାଳ ଓ ଜିଲ୍ଲା ପଞ୍ଚାୟତ ଅଧକାରୀ, ନିର୍ବାଚନ କମିସନଙ୍କ ସଚିବ ରବୀନ୍ଦ୍ର ନାଥ ସାହୁ, ଉପସଚିବ ଆଜାଦ୍‌ ହିନ୍ଦ ପାଣିଗ୍ରାହୀ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥଲୋ

ସମ୍ବନ୍ଧିତ ଖବର