ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ପାଇଁ ନିର୍ବାଚନ କମିସନଙ୍କ ପକ୍ଷରୁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। କମିସନଙ୍କ ପକ୍ଷରୁ ୱାର୍ଡ ମେମ୍ବର, ସରପଞ୍ଚ ଓ ସମିତିସଭ୍ୟ ଓ ସ୍ୱାଧୀନ ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କ ଚିହ୍ନ ପ୍ରକାଶ କରାଯାଇଛି। ଓଡ଼ିଆ ଅଲଫାବେଟିକାଲ୍ ଅନୁସାରେ ଚିହ୍ନ ପ୍ରଦାନ କରାଯିବ। ନିର୍ବାଚନ ସମୟରେ ରାଜ୍ୟରେ କୋଭିଡ ସ୍ଥିତିକୁ ଦେଖି ନିର୍ବାଚନ କମିସନଙ୍କ ପକ୍ଷରୁ ସ୍ୱତନ୍ତ୍ର ଗାଇଡଲାଇନ ଜାରି କରାଯିବ।
/sambad/media/post_attachments/wp-content/uploads/2021/12/1593932755508.jpg)
ୱାର୍ଡ ମେମ୍ବରଙ୍କ ପାଇଁ ୧୫ଟି, ସରପଞ୍ଚଙ୍କ ପାଇଁ ୩୨ଟି ଓ ସମିତି ସଭ୍ୟ ପାଇଁ ୧୯ଟି ଚିହ୍ନ ରହିଛି। ସେହିପରି ସ୍ୱାଧୀନ ଜିଲ୍ଲା ପରିଷଦ ପାଇଁ ୧୯ଟି ଚିହ୍ନ ରହିଛି। ତେବେ ସ୍ୱୀକୃତିପ୍ରାପ୍ତ ଦଳଗୁଡିକ ଦଳୀୟ ଚିହ୍ନରେ ଲଢିବେ ଜିଲ୍ଲା ପରିଷଦ ଆସନ। ଏ ନେଇ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ରାଜ୍ୟ ନିର୍ବାଚନ ଆୟୋଗ ଚିଠି ଲେଖିଛନ୍ତି। ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇସାରିଛି। ଏ ନେଇ ରାଜ୍ୟ ନିର୍ବାଚନ ଆୟୋଗ ପକ୍ଷରୁ ଖୁବଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ରାଜ୍ୟ ନିର୍ବାଚନ କମିସନର ଆଦିତ୍ୟ ପ୍ରସାଦ ପାଢ଼ୀ ସୂଚନା ଦେଇଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/12/Symbol-For-Panchayat-Election_Thumbnail.jpg)