ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଦିନିଆ ଓଡ଼ିଶା ଗସ୍ତରେ ଆସି ଆଜି ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ବାୟୁସେନାର ଏକ ସ୍ୱତନ୍ତ୍ର ବିମାନ ଯୋଗେ ରାଷ୍ଟ୍ରପତି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ରାଜ୍ୟପାଳ ହରିବାବୁ କମ୍ଭମ୍ପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ମେୟର ସୁଲୋଚନା ଦାସ ସ୍ବାଗତ କରିଥିଲେ। ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ପୁଲିସ ଡିଜି ୱାଇବି ଖୁରାନିଆ, ପୁଲିସ କମିସନର ସୁରେଶ ଦେବଦତ୍ତ ସିଂ ଓ ଜିଲ୍ଲାପାଳ ଅମ୍ରିତ୍ ଋତୁରାଜ ଉପସ୍ଥିତ ଥିଲେ। ଏହାପରେ ରାଷ୍ଟ୍ରପତି କଡ଼ା ସୁରକ୍ଷା ବଳୟରେ ସେଠାରୁ ଲୋକଭବନ ଆସିଥିଲେ। ଲୋକଭବନରେ ପହଞ୍ଚିବା ପରେ ବିଭିନ୍ନ ବର୍ଗର ବ୍ୟକ୍ତିଙ୍କୁ ଭେଟିଥିଲେ। ୩ ତାରିଖ ସକାଳେ ଲୋକଭବନରୁ ବାହାରି ବିମାନ ଯୋଗେ ଯାଜପୁର ନୂଆ ପ୍ରଶାସନିକ ଭବନ ଗ୍ରାଉଣ୍ଡ ହେପ୍ୟାଡ୍ରେ ଅବତରଣ କରିବେ। ସେଠାରୁ ମା’ ବିରଜାଙ୍କ ଦର୍ଶନ ପାଇଁ ବାହାରିବେ।
୧୦୮ କୁଣ୍ଡୀୟ ବୈଦିକ ବିଶ୍ୱ୍ୱଶାନ୍ତି ଦେବ ମହାଯଜ୍ଞରେ ପୂର୍ଣାହୁତି ଦେଲେ ମୁଖ୍ୟମନ୍ତ୍ରୀ
ପ୍ରାୟ ଦେଢ଼ ଘଣ୍ଟା ଧରି ମନ୍ଦିରରେ ପୂଜାର୍ଚ୍ଚନା ପରେ ବାଲେଶ୍ବରସ୍ଥିତ ଫକୀରମୋହନ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ଉତ୍ସବରେ ଦୀକ୍ଷାନ୍ତ ଭାଷଣ ଦେବା ପରେ ଅପରାହ୍ଣ ପ୍ରାୟ ୩ଟା ୫୦ରେ ପୁରୀ ଅଭିମୁଖେ ବାହାରିବେ। ସନ୍ଧ୍ୟାରେ ପୁରୀରେ ପହଞ୍ଚିବା ପରେ ସିଧାସଳଖ ପୁରୀ ଲୋକଭବନ ଯାଇ ସେଠାରେ ରାତ୍ରିଯାପନ କରିବାର କାର୍ଯ୍ୟକ୍ରମ ରହିଛି। ୪ ତାରିଖ ସକାଳ ସମୟରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରି ଆଳତି ଦେଖିବେ ଏବଂ ପିଣ୍ଡଦାନ କରିବେ। ୯ଟାରେ ପୁରୀ ହେଲିପ୍ୟାଡ୍ରୁ ବାହାରି ପୂର୍ବାହ୍ଣ ୧୦ଟା ୪୦ରେ ମୟୂରଭଞ୍ଜଜିଲ୍ଲା ରାଇରଙ୍ଗପୁର ହେଲିପ୍ୟାଡ୍ରେ ପହଞ୍ଚିବା ପରେ ମହୁଲଡିହାସ୍ଥିତ ହଲିଡେ ହୋମ୍ର ଉଦ୍ଘାଟନ କରିବେ। ରାଇରାଙ୍ଗପୁର ମହୁଲଡିହାସ୍ଥିତ ସରକାରୀ ବାଳିକା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଭଞ୍ଜବୀର ସୁନାରାମ ସୋରେନ୍ଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ।
History: ଅଭୟାରଣ୍ୟ ମଧ୍ୟରେ ଅଲୋଡ଼ା ହୋଇରହିଛି ‘ବିଚାର ପଥର’
ସେଠାରେ କ୍ରୀଡ଼ା କମ୍ପ୍ଲେକ୍ସ ଲୋକାର୍ପଣ ସହ ଭର୍ଚୁଆଲ୍ ମାଧ୍ୟମରେ ରାଜ୍ୟର ଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିବେ। ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଅପରାହ୍ଣରେ ଭୁବନେଶ୍ବର ଫେରିବା ସହ ହୋଟେଲ ମେ’ ଫେୟାରରେ ଆୟୋଜିତ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ୭ ତାରିଖ ସକାଳୁ ଭୁବନେଶ୍ବରରୁ ଛତିଶଗଡ଼ ଅଭିମୁଖେ ସ୍ବତନ୍ତ୍ର ବାୟୁସେନା ବିମାନ ଯୋଗେ ଯାତ୍ରା କରିବେ ବୋଲି ଜଣାପଡ଼ିଛି। ରାଷ୍ଟ୍ରପତିଙ୍କ ଏହି ଗସ୍ତ ସମୟରେ ରାଜଧାନୀଠାରୁ ଆରମ୍ଭ କରି ଯାଜପୁର, ବାଲେଶ୍ବର, ପୁରୀ ଓ ମୟୂରଭଞ୍ଜ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/26/2025-12-26t132446534z-whatsapp-image-2025-12-26-at-65430-pm-2025-12-26-18-54-47.jpeg)
/sambad/media/media_files/2026/02/03/president-in-odisha-2026-02-03-01-25-12.jpg)