ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ପ୍ରବାସୀ ଭାରତୀୟ ଦିବସର ଉଦ୍ଯାପନୀ ଉତ୍ସବରେ ଯୋଗଦେବେ। ସନ୍ଧ୍ୟା ପାଖାପାଖି ସାଢ଼େ ୫ଟା ସମୟରେ ରାଷ୍ଟ୍ରପତି ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି। ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ବିମାନବନ୍ଦରରେ ସ୍ବାଗତ କରିଥିଲେ। ସେଠାରୁ ରାଷ୍ଟ୍ରପତି ସିଧାସଳଖ ରାଜଭବନ ଅଭିମୁଖେ ବାହାରିଥିଲେ। ଏହି ସମୟରେ ରାଷ୍ଟ୍ରପତି ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଲୋକଙ୍କୁ ହାତ ହଲାଇ ଅଭିବାଦନ ଜଣାଇଥିଲେ।
ରାସ୍ତାର ଉଭୟ ପାର୍ଶ୍ବରେ ପାରମ୍ପରିକ ନୃତ୍ୟ, ଗୀତ ଓ ବାଦ୍ୟରେ ରାଷ୍ଟ୍ରପତିଙ୍କୁ ସ୍ବାଗତ କରାଯାଇଥିଲା। ଆସନ୍ତାକାଲି ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦ୍ଯାପନୀ ସମାରୋହରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଯୋଗ ଦେଇ ପ୍ରବାସୀ ଭାରତୀୟଙ୍କୁ ସେମାନଙ୍କର ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ‘ପ୍ରବାସୀ ଭାରତୀୟ ସମ୍ମାନ’ରେ ସମ୍ବର୍ଦ୍ଧିତ କରିବାର କାର୍ଯ୍ୟକ୍ରମ ରହିଛି। ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ଏହି ସମ୍ମାନ ପାଇବାକୁ ଥିବା ବ୍ୟକ୍ତିବିଶେଷଙ୍କ ନାମ ଘୋଷଣା ସରିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2025/01/10/IBiQTqfLrjWKUpnrhnr8.jpg)