କଟକ: ବିଦ୍ୟାଧରପୁର ଜାତୀୟ ଧାନ ଗବେଷଣା ଅନୁଷ୍ଠାନରେ ଦ୍ବିତୀୟ ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମର, ରାଜ୍ୟ କୃଷି, ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରମୁଖ ବି ଉପସ୍ଥିତ ଅଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ଓ ରାଜ୍ୟପାଳ କେତେକ ପୁସ୍ତକ ଉନ୍ମୋଚନ କରିଥିଲେ।
ମନ୍ତ୍ରୀ ନରେନ୍ଦ୍ର ସିଂ ତୋମର କହିଛନ୍ତି, କୃଷି ଓ କୃଷକଙ୍କର ବିକାଶଲାଗି ନରେନ୍ଦ୍ର ମୋଦୀଙ୍କ ସରକାର ନିରନ୍ତର ଚେଷ୍ଟା ଚଳାଇଛି। ଭାରତ ସାରା ବିଶ୍ବରେ ଧାନ ଉତ୍ପାଦନରେ ପ୍ରଥମ ହୋଇଛି। ପିଏମ୍ କିସାନ ସମ୍ମାନ ନିଧି ପ୍ରଚଳନ କରି କେନ୍ଦ୍ର ସରକାର ଏଯାଏ ସାଢ଼େ ୧୧ କୋଟି କୃଷକଙ୍କୁ ୨.୨୪ ଲକ୍ଷ କୋଟି ଟଙ୍କା ପ୍ରଦାନ କରିଛନ୍ତି।
ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଦବୋଧନ ଦେଇ କହିଛନ୍ତି, ଚାଉଳ ଉତ୍ପାଦନ ଆମ ଅର୍ଥନୀତିକୁ ସମୃଦ୍ଧ କରିଛି। ଚାଉଳ ଜୀବନର ଶସ୍ୟ।
ସୂଚନାଯୋଗ୍ୟ, ୧୧ରୁ ୧୪ତାରିଖ ଯାଏ ୪ ଦିନ ଧରି ଚାଲିବାକୁ ଥିବା ରାଇସ କଂଗ୍ରେସରେ ଦେଶ ବିଦେଶରୁ ପ୍ରାୟ ୩୫୦ ଜଣ କୃଷି ବୈଜ୍ଞାନିକ ମଧ୍ଯ ଯୋଗ ଦେଇଛନ୍ତି। ଫିଲିପାଇନ୍ସ, ଆଫ୍ରିକା ସମେତ କେତେକ ରାଷ୍ଟ୍ରର ବୈଜ୍ଞାନିକ ବି ଯୋଗ ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କଟକ ଗସ୍ତକୁ ଆଖି ଆଗରେ ରଖି ଡିସିପି ପିନାକ ମିଶ୍ରଙ୍କ ନେତୃତ୍ୱରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ବିଭିନ୍ନ ସ୍ଥାନରେ ୨୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/02/Untitled-13.png)