ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ବର : ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ସ୍ବତନ୍ତ୍ର ବିମାନରେ ଶନିବାର ସନ୍ଧ୍ୟା ୬ଟାରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବେ। ସେଠାରେ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଷ୍ଟ୍ରପତିଙ୍କୁ ସ୍ବାଗତ ଜଣାଇବେ। ଏହାପରେ ରାଷ୍ଟ୍ରପତି ରାଜଭବନ ଯିବେ ଏବଂ ସେଠାରେ ରାତ୍ରିଯାପନ କରିବେ।

୨୧ ତାରିଖ ସକାଳ ୯ଟାରେ ରାଷ୍ଟ୍ରପତି ଶ୍ରୀ କୋବିନ୍ଦ ବିମାନରେ ଝାରସୁଗୁଡ଼ା ଦେଇ ରାଉରକେଲା ଯିବେ। ରାଉରକେଲା ଏନ୍ଆଇଟିର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ଅପରାହ୍ନରେ ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ ସୁପର ସ୍ପେସିଆଲିଟି ହସ୍ପିଟାଲର ଉଦ୍‌ଘାଟନ କରିବେ। ଏହି କାର୍ଯ୍ୟକ୍ରମ ସାରି ରାଷ୍ଟ୍ରପତି ଭୁବନେଶ୍ବର ଫେରିବେ। ରାଜଭବନରେ ରାତ୍ରିଯାପନ କରିବେ। ୨୨ ତାରିଖରେ ହେଲିକପ୍ଟରରେ ପୁରୀ ଯିବେ। ସେଠାରେ ଶ୍ରୀଜିଉଙ୍କ ଦର୍ଶନ କରିବେ। ସେଠାରୁ କୋଣାର୍କ ଯାଇ ମଧ୍ୟାହ୍ନ ଭୋଜନ କରିବେ। ଅପରାହ୍ନରେ କୋଣାର୍କ ସୂର୍ଯ୍ୟ ମନ୍ଦିର ବୁଲି ଦେଖିବେ। ସନ୍ଧ୍ୟା ୫ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ ଏବଂ ସେଠାରୁ ନୂଆଦିଲ୍ଲୀ ଫେରିବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

ସମ୍ବନ୍ଧିତ ଖବର