ଭୁବନେଶ୍ବର : ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦିଲ୍ଲୀ ଫେରି ଯାଇଛନ୍ତି। ପତ୍ନୀ ଓ କନ୍ୟାଙ୍କ ସମେତ ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ ଯୋଗେ ଆଜି ସନ୍ଧ୍ୟା ୫ଟା ୨୦ରେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି। ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବମାନ ବନ୍ଦରରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ, ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ, ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ, ପୁଲିସ ଡିଜି (ଅନ୍ତରୀଣ) ଡ. ସତ୍ୟଜିତ ମହାନ୍ତି, ପୁଲିସ କମିସନର ସୁଧାଂଶୁ ଷଡ଼ଙ୍ଗୀ, ଡିସିପି ଅନୁପ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।
ଦିଲ୍ଲୀ ଫେରିଲେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ
Advertisment
Follow Us