ଭୁବନେଶ୍ୱର,: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ସକାଳେ ସପତ୍ନୀକ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି।। ପୂର୍ବାହ୍ନ ୧୦ଟା ୪୫ରେ ରାଷ୍ଟ୍ରପତି ଶ୍ରୀ କୋବିନ୍ଦ ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରେ ରାଜ୍ୟପାଳ ଏସ୍.ସି. ଜମିର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ,କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମେୟର ଅନନ୍ତ ନାରାୟଣ ଜେନା, ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ, ପୁଲିସ ମହାନିର୍ଦ୍ଦେଶକ ଡା. ଆର ପି ଶର୍ମା ପ୍ରମୁଖ ତାଙ୍କୁ ସ୍ୱାଗତ କରିଛନ୍ତି। ପରେ ବିମାନବନ୍ଦର ପରିସରରେ ରାଷ୍ଟ୍ରପତି ଶ୍ରୀ କୋବିନ୍ଦଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛିି।
Sambad is now on WhatsApp
Join and get latest news updates delivered to you via WhatsApp
ପରେ କଟକ ଓଡ଼ିଆ ବଜାରସ୍ଥିତ ନେତାଜୀ ଜନ୍ମ ସ୍ଥାନ ସଂଗ୍ରହାଳୟରେ ଦେଖିବା ସହିତ ତୁଳସୀପୁରସ୍ଥିତ ‘ଆନନ୍ଦ ଭବନ ସଂଗ୍ରହାଳୟ ଓ ଜ୍ଞାନ କେନ୍ଦ୍ର’କୁ ଜାତି ଉଦ୍ଦେଶ୍ୟରେ ଉତ୍ସଗୀକୃତ କରିବା ପାଇଁ ରାଷ୍ଟ୍ରପତି ଶ୍ରୀ କୋବିନ୍ଦ ସଡ଼କପଥରେ କଟକ ଅଭିମୁଖେ ଯାତଆ କରିଛନ୍ତି। ଅପରାହ୍ନରେ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ବକ୍ତତା ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି। ସେଠାରୁ ହେଲିକପଟରରେ ପୁରୀ ଯାଇ ସର୍କିଟ ହାଉସ୍ରେ ରାତ୍ରୀ ଯାପନ କରିବେ।
ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସମେତ କଟକ ଓ ପୁରୀରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୁଲିସ ମହାନିର୍ଦେଶକଙ୍କ ସମେତ ବରିଷ୍ଠ ପୁଲିସ ଅଧିକାରୀ ମାନଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏଥିପାଇଁ ଆଜି ସକାଳ ୧୦ଟାରୁ କଟକ-ଭୁବନେଶ୍ୱର ମଧ୍ୟରେ ବସ ଚଳାଚଳ କୁ ସାମୟିକ ଭାବେ ବନ୍ଦ ରଖାଯାଇଛି।